ଦୈନିକ ସଂକ୍ରମଣ ୪ ହଜାର ତଳେ…

ନୂଆଦିଲ୍ଲୀ, ୧୮।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୧ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୪ ହଜାର ତଳେ ରହିଛି। ଏହା ୩ ହଜାର ୭୧୫ ରହିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୧୯୪ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୭୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୧ ହଜାର ୩୪୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଲକ୍ଷେ ୫ ହଜାର ୫୮ ଥିଲା। ସେହିପରି ୨୪ ଘଣ୍ଟାରେ ୧୬ ହଜାର ୨୫୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୫ ହଜାର ୨୨୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୨୦୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୨ ଲକ୍ଷ ୯୮ ହଜାର ୮୬୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୬ ଲକ୍ଷ ୭୦ ହଜାର ୩୧୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଲ ଏବଂ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri