Posted inଜାତୀୟ

ନୀତୀଶଙ୍କୁ ନେଇ କୈଳାଶ ବିଜୟଭର୍ଗିୟଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୧୯ ।୮: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ରାଷ୍ଟୀୟ ମହାସଚିବ କୈଳାଶ ବିଜୟଭର୍ଗିୟ ଏକ ବିବାଦୀୟ ବୟାନ ଦେଇଛନ୍ତି । ଗୁରୁବାର ଇନେ୍ଦାରରେ ବିଜୟଭର୍ଗିୟ କହଛନ୍ତି, ଯେମିତି ଭାବେ ଆମେରିକାରେ ଯୁବତୀମାନେ ନିଜର ପୁରୁଷ ବନ୍ଧୁ ବଦଳାଇ ଥାଆନ୍ତି ଠିକ୍ ସେହି ଅବସ୍ଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କର ।
ବିଜୟଭର୍ଗିୟ ଆହୁରି ମଧ୍ୟ କହିଛନ୍ତି, ଯେଉଁଦିନ ବିହାରରେ ସରକାର ବଦଳିଲା ସେଦିନ ମୁଁ ବିଦେଶରେ ଥିଲି, ସେପର୍ଯ୍ୟନ୍ତ ବ୍ୟକ୍ତି ଜଣଙ୍କ କହୁଥିଲେ ଆମର ଏଠି ଏମିତି ହୁଏ । ଆମେରିକାର ଯୁବତୀ କେତେବେଳେ ବି ପୁରୁଷ ବନ୍ଧୁ ବଦଳାଇ ପାରନ୍ତି । ବିହାର ମୁଖ୍ୟମନ୍ତ୍ରୀଙ୍କର ବି ସେହି ଅବସ୍ଥା । ସେ କେତେବେଳେ କାହା ହାତ ଧରନ୍ତି, ପୁଣି କେତେବେଳେ କାହା ହାତ ଛାଡି ଦିଅନ୍ତି । ଏହାର ଜବାବରେ କଂଗ୍ରେସ ନେତା ରଣଦୀପ ସିଂ ସୁରଜେୱାଲା କହିଛନ୍ତି, ଭାଜପାର ରାଷ୍ଟ୍ରୀୟ ମହାସଚିବଙ୍କ ଦ୍ୱାରା ନାରୀ ସମ୍ମାନର ନୂଆ ନମୁନା ଦିଆଯାଇଛି । ସୂଚନାଯୋଗ୍ୟ, କିଛିଦିନ ତଳେ ଏନଡିଏଠାରୁ ଅଲଗା ହୋଇ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଜେଡିୟୁ ରାଷ୍ଟ୍ରୀୟ ଜନତା ଦଳ ସହ ମେଣ୍ଟ କରି ସରକାର ଗଠନ କରିଛି । ଏଥିରେ ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ଥିବା ବେଳେ ଜେତସ୍ୱୀ ଯାଦବ ଉପ ମୁଖ୍ୟମନ୍ତ୍ରୀ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

ଆହୁରି ବଢିଲା ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ: ବ୍ଲୁ କର୍ନର୍‌ ନୋଟିସ ଜାରି

ନୂଆଦିଲ୍ଲୀ,୫।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌...

ରାମଲଲାଙ୍କ ଦର୍ଶନକୁ କରାଯାଉଥିଲା ବିରୋଧ, କଂଗ୍ରେସ ଛାଡିବାକୁ ଲେଖିଲେ ରାଧିକା

ନୂଆଦିଲ୍ଲୀ,୫।୫: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଗୋଟିଏ ପରେ ଗୋଟିଏ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲା। ବର୍ତ୍ତମାନ ଚାଲିଥିବା ନିର୍ବାଚନ ମଧ୍ୟରେ କଂଗ୍ରେସ ଆଉ...

ନୀତୀଶଙ୍କ ବଡ ଚେତାବନୀ, ବିହାରରେ ବଢିଲା ରାଜନୈତିକ ଉଷ୍ମତା

ପାଟନା,୫।୫: ବିହାରରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ନିରନ୍ତର ବୟାନ ବାଜି ଜାରି କରାଯାଉଛି।...

ମୋଦିଙ୍କ ଗୃହ ରାଜ୍ୟରେ ୩୫ ମୁସଲମାନ ପାର୍ଥୀ ଲଢୁଛନ୍ତି ନିର୍ବାଚନ, କଂଗ୍ରେସରୁ କେହି ନାହିଁ

ଗାନ୍ଧିନଗର,୫।୫: ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତ ହୋଇଛନ୍ତି। ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଛି । କେତେକ ଜାତି ନାମରେ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri