ବିଜେଡି ପର୍ଯ୍ୟବେକ୍ଷକ ତାଲିକାରେ ପରିବର୍ତ୍ତନ

ଭୁବନେଶ୍ୱର, ୧୯ା୮(ବ୍ୟୁରୋ):ଦୀର୍ଘଦିନ ଧରି ବିଜେଡି ସାଙ୍ଗଠନିକ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ଏହି ଆଲୋଚନାର ଏକ ଝଲକ ଗୁରୁବାର ଦେଖିବାକୁ ମିଳିଛି। ବରିଷ୍ଠ ନେତାଙ୍କୁ ଏକାଧିକ ଜିଲାର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେଇ ଏକ ତାଲିକା ପ୍ରକାଶ ପାଇଛି। ଏଥିରେ ବଡ ଧରଣର ପରିବର୍ତ୍ତନ କରାଯାଇଛି। ବିଜେଡି ୬ ଜଣ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ୩୦ ଜିଲାର ଦାୟିତ୍ୱ ପ୍ରଦାନ କରିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ନୂଆ ନିଯୁକ୍ତି ଦେଇଥିବା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଗୁରୁବାର ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଜିଲାୱାରି ସଙ୍ଗଠନକୁ ଆହୁରି ମଜଭୁତ କରିବାକୁ ବିଜେଡି ପ୍ରସ୍ତୁତି ଆରମ୍ଭ କରିଛି। ଆଗକୁ ଆହୁରି ସାଙ୍ଗଠନିକ ସ୍ତରରେ ପରିବର୍ତ୍ତନ ହେବା ନେଇ ଦଳୀୟ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ତେବେ ପ୍ରକାଶ ପାଇଥିବା ତାଲିକାରୁ ୨ ଜଣଙ୍କୁ ବାଦ୍‌ ଦିଆଯାଇଛି। ସେମାନଙ୍କ ସ୍ଥାନରେ ନୂଆ କରି ୨ ଜଣଙ୍କୁ ଦାୟିତ୍ୱ ମିଳିଛି। ଦଳର ନବନିଯୁକ୍ତ ୬ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ମଧ୍ୟରେ ନିରଞ୍ଜନ ପୂଜାରୀ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀପ୍ରସାଦ ମିଶ୍ର, ମହେଶ୍ବର ମହାନ୍ତି ଏବଂ ପ୍ରତାପ ଜେନା ଅଛନ୍ତି। ତେବେ ବର୍ତ୍ତମାନ ବିଧାନସଭାର ବାଚସ୍ପତି ଥିବା ବିକ୍ରମ କେଶରୀ ଆରୁଖ ଏବଂ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ତାଲିକାରୁ ବାଦ୍‌ ପଡିଛନ୍ତି। ଆରୁଖ ବାଚସ୍ପତି ଥିବା ଯୋଗୁ ତାଙ୍କୁ ବାଦ୍‌ ଦିଆଯିବା ଠିକ୍‌ ଅଛି ବୋଲି ରାଜନୈତିକ ସମୀକ୍ଷକମାନେ କହୁଥିବା ବେଳେ ସୌମ୍ୟଙ୍କୁ କାହିଁକି ବାଦ୍‌ ଦିଆଗଲା ତାହା ବିଶେଷ ଆଲୋଚନାର ବିଷୟବସ୍ତୁ ପାଲଟିଛି। ତେବେ ନିରଞ୍ଜନ ପୂଜାରୀଙ୍କୁ ପୂର୍ବପରି ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ ମିଳିଥିବା ବେଳେ ପ୍ରସନ୍ନଙ୍କ ହାତରେ ପୂର୍ବରୁ ଥିବା କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲା ଦାୟିତ୍ୱ ରହିଛି। ଆରୁଖଙ୍କ ହାତରେ ଥିବା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲା ଦାୟିତ୍ୱ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଦିଆଯାଇଛି। ସେହିପରି ଦେବୀ ପ୍ରସାଦ ମିଶ୍ରଙ୍କୁ ପୂର୍ବପରି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଏବଂ ବୌଦ୍ଧ ଜିଲା ଦାୟିତ୍ୱ ଦିଆଯାଇଥିବା ବେଳେ ମହେଶ୍ବର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲା ପର୍ଯ୍ୟବେକ୍ଷକ ଭାବେ ପୁନଃ ନିଯୁକ୍ତି ମିଳିଛି। ପ୍ରତାପ ଜେନାଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି। ପୂର୍ବରୁ ଏହି ଜିଲା ଦାୟିତ୍ୱରେ ବରିଷ୍ଠ ନେତା ସୌମ୍ୟରଞ୍ଜନ ଥିଲେ। ତେବେ ନିକଟରେ ପ୍ରତାପ ଜେନାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍‌ ଦିଆଯାଇଥିବା ବେଳେ ତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ତାଲିକାରେ ରଖି ଦଳ ଏକ ପ୍ରକାର ବୁଝାଇବାକୁ ଚେଷ୍ଟା କରିଥିବା ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri