Posted inଜାତୀୟ

ଡାକ୍ତରଙ୍କୁ ହଜାରେ କୋଟିର ମାଗଣା ଉପହାର ଦେଇଛି ଡୋଲୋ କମ୍ପାନୀ

ନୂଆଦିଲ୍ଲୀ,୧୯।୮(ପି.ଟି.):ଜ୍ୱର ଓ ଯନ୍ତ୍ରଣା ଉପଶମ କରୁଥିବା ୬୫୦ ମିଲିଗ୍ରାମ ଡୋଲୋ ଟାବ୍‌ଲେଟ ଲେଖିବା ନିମନ୍ତେ ସମ୍ପୃକ୍ତ କମ୍ପାନୀ ଡାକ୍ତରମାନଙ୍କୁ ୧,୦୦୦ କୋଟି ଟଙ୍କାର ମାଗଣା ଉପହାର ଦେଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)ର ଅଭିଯୋଗ କ୍ରମେ ଏକ ଏନ୍‌ଜିଓ ଏହି ପ୍ରସଙ୍ଗ ଉଠାଇବା ପରେ ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଅତ୍ୟନ୍ତ ଗୁରୁତର ପ୍ରସଙ୍ଗ ବୋଲି ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଏ.ଏସ୍‌. ବୋପନ୍ନାଙ୍କ ଖଣ୍ଡପୀଠ କହିଛନ୍ତି। ଆବେଦନକାରୀ ‘ଫେଡେରେଶନ ଅଫ୍‌ ମେଡିକାଲ ଆଣ୍ଡ ସେଲ୍ସ ରିପ୍ରେଜେଣ୍ଟେଟିଭ୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ’ ପକ୍ଷରୁ ବରିଷ୍ଠ ଆଇନଜୀବୀ ସଞ୍ଜୟ ପାରିଖ ଖଣ୍ଡପୀଠଙ୍କୁ ଜଣାଇଥିଲେ ଯେ ୫୦୦ ମିଲିଗ୍ରାମ ପର୍ଯ୍ୟନ୍ତ ଟାବ୍‌ଲେଟଗୁଡ଼ିକର ବଜାର ମୂଲ୍ୟ ସରକାର ନିୟନ୍ତ୍ରଣ କରୁଥିବାବେଳେ ଏହାଠାରୁ ଅଧିକ ମିଲିଗ୍ରାମର ଔଷଧ ମୂଲ୍ୟ ଫାର୍ମା କମ୍ପାନୀ ନିର୍ଦ୍ଧାରଣ କରିଥାନ୍ତି। ଅଧିକ ଲାଭ ପାଇଁ ଡୋଲୋ ଟାବ୍‌ଲେଟ ଉତ୍ପାଦନକାରୀ କମ୍ପାନୀ ମାଇକ୍ରୋ ଲାବ୍ସ ଲିଃ ଡାକ୍ତରମାନଙ୍କୁ ମାଗଣା ଉପହାର ଦେଇ ୬୫୦ ମିଲିଗ୍ରାମ୍‌ ଟାବ୍‌ଲେଟ ଲେଖିବା ପାଇଁ ପ୍ରବର୍ତ୍ତାଉଥିଲା। ଏହା ଉପରେ କେନ୍ଦ୍ର ସରକାରଙ୍କ ଜବାବ ରଖିବାକୁ ଖଣ୍ଡପୀଠ ଅତିରିକ୍ତ ସଲିସିଟର ଜେନେରାଲ କେ.ଏମ୍‌. ନଟରାଜଙ୍କୁ ନିର୍ଦ୍ଦେଶ ଦେବା ସହ ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୯କୁ ଧାର୍ଯ୍ୟ କରିଛନ୍ତି। ମାଇକ୍ରୋ ଲାବ୍ସ ଲିଃର ୯ ରାଜ୍ୟର ୩୬ଟି ସ୍ଥାନରେ ଥିବା କାର୍ଯ୍ୟାଳୟ ଓ କାରଖାନା ଉପରେ ଆୟକର ଚଢ଼ାଉ ବେଳେ ଅନୈତିକ କାର୍ଯ୍ୟ ଧରାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri