ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ୍‌

କଟକ ଅଫିସ,୨୦ା୮: କଟକରେ ଡେଙ୍ଗୁ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକଙ୍କର ଡେଙ୍ଗୁ ଚିହ୍ନଟ ହେବା ପରେ ସେ ଚିକିତ୍ସିତ ହେଉଥିବା ଘରୋଇ ଚିକିତ୍ସାଳୟକୁ ଶୁକ୍ରବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କଟକ ମହାନଗର ନିଗମ(ସିଏମ୍‌ସି) ୨୬ନଂ. ଓ୍ବାର୍ଡ ଅଧୀନ ଭଗତପୁର ଅଞ୍ଚଳର ଦୀପକ ମୁଦୁଲି(୩୬) ଡେଙ୍ଗୁ ଆକ୍ରାନ୍ତ ହୋଇଥିବା ନେଇ ଗତ ୧୫ ତାରିଖରେ ରକ୍ତ ନମୁନା ପରୀକ୍ଷାରୁ ଜଣାପଡ଼ିଥିଲା। ଏସ୍‌ସିବି ମେଡିକାଲରେ ଡେଙ୍ଗୁ ୱାର୍ଡ ରହିଥିଲେ ମଧ୍ୟ ଯୁବକ ଜଣଙ୍କ ସେଠାରେ ଚିକିତ୍ସିତ ନ ହୋଇ ସ୍ଥାନୀୟ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଡେଙ୍ଗୁ ଆକ୍ରାନ୍ତଙ୍କ ପାଇଁ ପ୍ରଥମ ୪୮ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଘରୋଇ ଚିକିତ୍ସାଳୟ ଡେଙ୍ଗୁରୋଗୀଙ୍କୁ ତୁରନ୍ତ ଏସ୍‌ସିବି ମେଡିକାଲ ପଠାଇବା ପାଇଁ ସରକାରୀ ନିର୍ଦ୍ଦେଶାନାମା ରହିଛି। ହେଲେ ଏଠାରେ ସରକାରୀ ନିର୍ଦ୍ଦେଶାନାମାକୁ ବେଖାତିର କରି ଉକ୍ତ ଘରୋଇ ଚିକିତ୍ସାଳୟ ପକ୍ଷରୁ ଡେଙ୍ଗୁ ଆକ୍ରାନ୍ତ ଯୁବକଙ୍କ ଚିକିତ୍ସା କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ଦୀପକଙ୍କୁ ପରିବାର ଲୋକେ ସେଠାରୁ ଏସ୍‌ସିବି ମେଡିକାଲ ନେଇଥିଲେ। ସେଠାରେ ପହଞ୍ଚତ୍ବାର କିଛି ଘଣ୍ଟା ମଧ୍ୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦୀପକ ପ୍ରାଥମିକ ଅବସ୍ଥାରେ ଏସ୍‌ସିବି ମେଡିକାଲ ଯାଇଥିଲେ ମଧ୍ୟ ସେଠାରେ ଭିଡ଼ ଦେଖି ଘରୋଇ ଚିକିତ୍ସାଳୟକୁ ପଳାଇ ଆସିଥିଲେ। ତେବେ ସେ ରାୟଗଡ଼ାରୁ କଟକ ଫେରିବା ପରେ ତାଙ୍କୁ ଜ୍ୱର ହୋଇଥିଲା। ତେଣୁ ରାୟଗଡ଼ାରୁ ଡେଙ୍ଗୁ ସଂକ୍ରମିତ ହୋଇ କଟକ ଆସିଛନ୍ତି ବୋଲି ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର ସୂଚନା ଦେଇଛନ୍ତି। ଏହି ଘଟଣାର ତଦନ୍ତ କରି ରିପୋର୍ଟ ପ୍ରଦାନ ନିମନ୍ତେ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସତ୍ୟବ୍ରତ ଛୋଟରାୟ ଶୁକ୍ରବାର ନିର୍ଦ୍ଦେଶ ଦେଇଥିଲେ। ଫଳରେ ସ୍ବାସ୍ଥ୍ୟ ଅଧିକାରୀ ମୃତକଙ୍କ ଘରକୁ ଯାଇ ତଦନ୍ତ କରିବା ପରେ ଛୋଟରାୟଙ୍କୁ ରିପୋର୍ଟ ପ୍ରଦାନ କରିଛନ୍ତି। ସରକାରୀ ନିୟମ ପାଳନ କରି ନ ଥିବାରୁ ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ମହାପାତ୍ର ଉକ୍ତ ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଏଥିସହ ଉକ୍ତ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସୁପାରିସ କରିଛନ୍ତି। ଅପରପକ୍ଷରେ ସିଏମ୍‌ସି ପକ୍ଷରୁ ଭଗତପୁର ଅଞ୍ଚଳକୁ ବିଶୋଧନ କରାଯିବା ପାଇଁ ସ୍ଥିର ହୋଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri