Odisha Elections 2024

ଦୁର୍ଘଟଣା ଛଡ଼ାଇନେଲା ପରିବାରର ଖୁସି: ସ୍ବାମୀ ବିଛଣାରେ, ସହାୟତା ମାଗୁଛନ୍ତି ସ୍ତ୍ରୀ

ଆରଡି,୨୦।୮(ଡି.ଏନ.ଏ.):  ଦୁର୍ଘଟଣାରେ ମେରୁଦଣ୍ଡ ହାଡ଼ ଭାଙ୍ଗିଯାଇଛି। ମାସେ ହେଲା ବିଛଣାରେ ପଡ଼ି ରହିଛନ୍ତି ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ ଓଳଗ ଗ୍ରାମର ସୁରେଶ ସୁତାର(୪୦)। ଅଧିକ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି। ସୁରେଶଙ୍କ ଆରୋଗ୍ୟ ଲାଗି ତାଙ୍କ ସ୍ତ୍ରୀ ରତ୍ନପ୍ରଭା ସହାୟତା ମାଗୁଛନ୍ତି।
ଗତ ଜୁଲାଇ ୨୬ରେ ସୁରେଶ ଏକ ବାଇକ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ସେ ଯାଜପୁର ଜିଲା ମଙ୍ଗଳପୁରରୁ ଫେରୁଥିବା ବେଳେ ଅନ୍ୟ ଜଣେ ବ୍ୟକ୍ତି ତାଙ୍କୁ ବାଇକ୍‌ ଧକ୍କା ଦେଇଥିଲେ। ରାସ୍ତାପାର୍ଶ୍ୱରେ ଅଚେତ ଅବସ୍ଥାରେ ପଡ଼ି ରହିଥିବା ସୁରେଶଙ୍କୁ ସ୍ଥାନୀୟ ଯୁବକ ଉଦ୍ଧାର କରି ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କ ମେରୁଦଣ୍ଡ ହାଡ଼ ଭାଙ୍ଗି ଯାଇଥିବାରୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପରିବାର ଲୋକେ ନେଇଥିଲେ। ତାଙ୍କର ମେରୁଦଣ୍ଡ ହାଡ଼ ଭାଙ୍ଗି ଯାଇଥିବା ସହ ସୁଷମ୍ନାକାଣ୍ଡ କେତେକ ସ୍ଥାନରେ ଦବିଯାଇଥିବା ପରୀକ୍ଷାରୁ ଜଣାପଡ଼ିଥିଲା। ସେଠାରେ ୨୮ ତାରିଖରେ ତାଙ୍କର ସଫଳ ଅସ୍ତ୍ରୋପଚାର କରାଯାଇଥିଲା। ସ୍ବାସ୍ଥ୍ୟ କାର୍ଡ ଜରିଆରେ ସରକାରୀ ସୁବିଧା ମିଳିଥିଲା। ହେଲେ ତାଙ୍କର ପରବର୍ତ୍ତୀ ଚିକିତ୍ସା ନିମନ୍ତେ ପରିବାର ପାଖରେ ସମ୍ବଳ ନାହିଁ। ସୁରେଶ ଜଣେ କାଠ ମିସ୍ତ୍ରି। ସ୍ତ୍ରୀ, ଦୁଇଝିଅ ଓ ଗୋଟିଏ ପୁଅକୁ ନେଇ ତାଙ୍କ ସଂସାର। ଦୈନିକ ମଜୁରିରେ ତାଙ୍କ ପରିବାର ଚଳୁଥିଲା। ହେଲେ ଏହି ଦୁର୍ଘଟଣା ତାଙ୍କ ପରିବାରର ଖୁସି ଛଡ଼ାଇ ନେଇଛି। ସୁରେଶ ଏବେ ବିଛଣାରେ ପଡ଼ି ରହିଛନ୍ତି। ତାଙ୍କ ଚିକିତ୍ସା ପାଇଁ ଔଷଧ କିଣା ଚାଲିଛି। ଅର୍ଥାଭାବ ଯୋଗୁ ଏପରି ସ୍ଥିତିରେ ରତ୍ନପ୍ରଭା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପରିବାର ପ୍ରତିପୋଷଣ ସହ ସ୍ବାମୀଙ୍କ ଚିକିତ୍ସା କିପରି ହେବ ସେନେଇ ଚିନ୍ତାରେ ପଡ଼ିଯାଇଛନ୍ତି। ଜିଲା ରେଡ୍‌କ୍ରସରୁ ତାଙ୍କୁ ଆର୍ଥତ୍କ ସାହାଯ୍ୟ ଯୋଗାଇଦେବା ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କରିଛନ୍ତି ରତ୍ନପ୍ରଭା। ଏହାବ୍ୟତୀତ ତାଙ୍କ ସ୍ବାମୀଙ୍କ ଦୀର୍ଘ ସମୟ ଚିକିତ୍ସା ଲାଗି ଆର୍ଥତ୍କ ସହାୟତା ଯୋଗାଇ ଦେବାକୁ ସେ ସୋସିଆଲ ମିଡିଆରେ ଲୋକଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri