Posted inଖେଳ

ଗୁରୁକୁଳ ଟେନିସ: ଓମିନ୍ଦରଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୦।୭(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ମେଣ୍ଢାଶାଳସ୍ଥିତ ଗୁରୂକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ଏଆଇଟିଏ-ଓଟିଏ ପୁରୁଷ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଗତ ୧୫ ତାରିଖରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାର ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ଚାମ୍ପିୟନ ହୋଇ ଡବଲ ଟାଇଟଲ ହାସଲ କରିଛନ୍ତି ହରିୟାଣାର ଓମିନ୍ଦର ବୈସୋୟା। ସର୍ବଭାରତୀୟ ର଼୍ୟାଙ୍କ୍‌ର ୯୨ ନମ୍ବର ସ୍ଥାନରେ ଥିବା ଓମିନ୍ଦର ଏଠାରେ ୩ୟ ସିଡ୍‌ଭାବେ ଖେଳିଥିଲେ। ସିଙ୍ଗଲ୍ସ ଫାଇନାଲରେ ସେ ସର୍ବଭାରତୀୟ ର଼୍ୟାଙ୍କ୍‌ର ୮୯ତମ ସ୍ଥାନରେ ଥିବା ତଥା ଟପ୍‌ ସିଡ୍‌ ଦିଲ୍ଲୀର ଶୁଭମ୍‌ ମାଲହୋତ୍ରାଙ୍କୁ ୭-୫, ୬-୪ ସେଟ୍‌ରେ ପରାସ୍ତ କରିଥିଲେ। ଡବଲ୍ସରେ ମହାରାଷ୍ଟ୍ରର ମୈତ୍ରେୟ ଭଗତଙ୍କ ପାର୍ଟନର ହୋଇଥିଲେ ଓମିନ୍ଦର। ଏହି ଯୋଡ଼ି ଫାଇନାଲରେ ରାଜସ୍ଥାନର ଆୟୁଷ ଶର୍ମା ଓ ହରିୟାଣାର ମନଦୀପ ଯାଦବ ଯୋଡ଼ିଙ୍କୁ ୬-୪, ୬-୪ ସେଟ୍‌ରେ ହରାଇ ଟାଇଟଲ ହାସଲ କରିଥିଲେ। ଏହି ପ୍ରତିଯୋଗିତାରେ ପଶ୍ଚିମବଙ୍ଗ, ତାମିଲନାଡ଼ୁ, ତେଲେଙ୍ଗାନା, ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ଛତିଶଗଡ଼, ଗୁଜରାଟ, ଉତ୍ତର ପ୍ରଦେଶ, ଦିଲ୍ଲୀ, ହରିୟାଣା, ବିହାର ଓ ଆୟୋଜକ ଓଡ଼ିଶା ଆଦି ୧୩ ରାଜ୍ୟର ୪୪ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଚାମ୍ପିୟନ୍ସ ଓ ରନର୍ସଅପ୍‌ ପ୍ରତିଯୋଗୀ ଯଥାକ୍ରମେ ୨୦ ଓ ୧୫ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପାଇବା ସହ ୧୨,୫୦୦ ଓ ୮,୪୦୦ ଟଙ୍କା ପୁରସ୍କାର ଆକାରରେ ପାଇଛନ୍ତି। ଡବଲ୍ସ ଚାମ୍ପିୟନ ଓ ରନର୍ସଅପ୍‌ ଯଥାକ୍ରମେ ୧୫ ଓ ୧୦ ର଼୍ୟାଙ୍କିଙ୍ଗ୍‌ ପଏଣ୍ଟ ପାଇଛନ୍ତି। ପୁରସ୍କାର ଆକାରରେ ଏମାନଙ୍କୁ ୬,୨୦୦ ଓ ୩,୮୦୦ଟଙ୍କା ମିଳିଛି। ଉଦ୍‌ଯାପନୀ ଉତ୍ସବରେ ଗୁରୁକୁଳ ରିସର୍ଟର ନିର୍ଦ୍ଦେଶକ ଚିନ୍ମୟ ପ୍ରଧାନ, ଟୁର୍ନାମେଣ୍ଟ ରେଫରି ଜତୀନ ବୈତ୍ସ୍ୟ, ଓଡ଼ିଶା ଟେବୁଲ ଟେନିସ ଆସୋସିଏଶନ ମ୍ୟାନେଜର ପ୍ରକାଶ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଚିନ୍ମୟଙ୍କ ମା’ ଡକ୍ଟର ଜେ. ନାୟକ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri