ଲଗାଣ ବର୍ଷା ମୟୂରଭଞ୍ଜକୁ ଆଣିଦେଲା ବିପତ୍ତି

ବାରିପଦା ଅଫିସ,୨୦।୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ଯୋଗୁ ନାହିଁ ନ ଥିବା କ୍ଷୟକ୍ଷତି ଘଟିଛି । ବିଶୋଇ ବ୍ଳକ ଅଞ୍ଚଳରେ ମାଟିକାନ୍ଥ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ବାରିପଦା ସହରସ୍ଥିତ ମଧୁବନରେ ଯାତ୍ରୀବାହୀ ବସ୍‌ ଉପରେ ଗଛ ପଡ଼ିଯିବାରୁ ବସ୍‌ଟି କ୍ଷତିଗ୍ରସ୍ତ ହୋଇଛି । ସୌଭାଗ୍ୟବଶତଃ ବସରେ କୌଣସି ଯାତ୍ରୀ ନ ଥିବା ବେଳେ ଏହି ଘଟଣା ଘଟିଛି । ସେହିପରି ରେଳଧାରଣାରେ ଗଛ ଉପୁଡ଼ି ପଡ଼ିଯିବାରୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ବାଙ୍ଗରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ, ବାଙ୍ଗରିପୋଷି-ରୁପ୍‌ସା ମେମୁ ଟ୍ରେନ ଅଧା ବାଟରେ ଅଟକି ରହିଛନ୍ତି । ଫଳରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳକୁ ଯାଇ ନ ପାରି ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି । ସେହିପରି ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ବିତ ରାତିରେ ଘର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଅନିଲ କୁମାର ଗିରିଙ୍କ ଦୁଇ ନାବାଳିକା ଚାପି ହୋଇ ଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ପରିବାର ସଦସ୍ୟଙ୍କୁ ଉଦ୍ଧାର କରିଥିଲା। ଏଥିରେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri