ନୂଆ କୋଲ୍‌ ବ୍ଲକ ଅଞ୍ଚଳ ପାଇଁ ହେବ ବନ୍ୟଜନ୍ତୁ ପରିଚାଳନା ଯୋଜନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଖଣି ଖନନ ଯୋଗୁ ରାଜ୍ୟରେ ବନ୍ୟଜନ୍ତୁଙ୍କ ଜୀବନ ବିପନ୍ନ ହେଉଛି। ନୂତନ ଭାବେ ପ୍ରଦାନ କରାଯାଇଥିବା କୋଇଲା ଖଣି ଅଞ୍ଚଳରେ ହାତୀ ସମେତ ବନ୍ୟ ଜୀବଜନ୍ତୁମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସମନ୍ବିତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଶନିବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଯୋଜନା ଜାତୀୟ ଗାଇଡ୍‌ଲାଇନ ଅନୁଯାୟୀ ଭାରତୀୟ ବନ୍ୟଜନ୍ତୁ ପ୍ରତିଷ୍ଠାନ କିମ୍ବା ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସ ଦ୍ୱାରା ଏକ ନିର୍ଦ୍ଧାରିତ ସମୟରେ ପ୍ରସ୍ତୁତ କରାଯିବ। ବନ୍ୟଜନ୍ତୁ ପରିଚାଳନା ଯୋଜନା ତୁରନ୍ତ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ବୈଠକରେ ସୂଚନା ଦେଇ କହିଛନ୍ତି ଯେ ଉତ୍କଳ ଇଷ୍ଟ କୋଲ୍‌, ରାଧିକାପୁର ଇଷ୍ଟ କୋଲ, ରାଧିକାପୁର ଓ୍ବେଷ୍ଟ କୋଲ ଏବଂ ନୈନୀକୋଲ ବ୍ଲକ ନୂତନ ଭାବେ ଆବଣ୍ଟନ କରାଯାଇଛି। ଏହି ସବୁ କୋଲ୍‌ ବ୍ଲକ ଅନୁଗୋଳ ବନଖଣ୍ଡ ଓ ଦେବଗଡ଼ ଜିଲା ରିଆମାଳ ବନଖଣ୍ଡ ଅଧୀନରେ ଥିବା ଛେଣ୍ଡିପଦା, କଣିହାଁ, ଝାରପଡ଼ା ଆସୁଛି। ଏହି ସବୁ ଅଞ୍ଚଳରେ ବନ୍ୟଜନ୍ତୁଙ୍କ ଉପରେ ପ୍ରଭାବ ପଡ଼ିବା ଆଶଙ୍କା ରହିଛି। ବନ୍ୟଜନ୍ତୁଙ୍କ ଉପରେ ପଡ଼ିବାକୁ ଥିବା ପ୍ରତିକୂଳ ପ୍ରଭାବକୁ ଏଡ଼ାଇବା ପାଇଁ ତୁରନ୍ତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ଜଙ୍ଗଲ ବିଭାଗକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri