Posted inଜାତୀୟ

ଏମକ୍ୟୁ-୯ବି ଡ୍ରୋନ ସାହାଯ୍ୟରେ ଚାଇନା-ହିନ୍ଦ ମହାସାଗର ଉପରେ ନଜର ରଖିବ ଭାରତ

ନୂଆଦିଲ୍ଲୀ,୨୨ ।୮: ଚାଇନାକୁ ଲାଗି ରହିଥିବା ଏଲଏସି ସହ ହିନ୍ଦ ମହାସାଗର ଅଞ୍ଚଳରେ ତୀକ୍ଷ୍ଣ ନଜର ରଖିବାକୁ ୩ ଅରବ ଡଲାରରୁ ଅଧିକ ପରିମାଣରେ ୩୦ ଏମକ୍ୟୁ-୯ବି ପ୍ରିଡେଟର ସଶସ୍ତ୍ର ଡ୍ରୋନ କ୍ରୟକୁ ନେଇ ଭାରତ ଆମେରିକା ସହ ହେଉଥିବା କଥାବାର୍ତ୍ତା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଘଟଣା ଉପରେ ତଥ୍ୟ ରଖୁଥିବା ଅଧିକାରୀ ରବିବାର ଏହି ସୂଚନା ଦେଇଛନ୍ତି ।
ଏମକ୍ୟୁ-୯ବି ଡ୍ରୋନ୍ ଏମକ୍ୟୁ-୯ ‘ରିପର’ର ଏକ ପ୍ରକାର, ଯାହାର ବ୍ୟବହାର ହେଲଫାୟର ମିଶାଇଲକୁ ସେ ସମ୍ପର୍କିତ ସଶୋଧିତ ସଂସ୍କରଣକୁ ବ୍ୟବହାର କରିବାକୁ କରାଯାଇଥିଲା, ଯେଉଁଥିରେ ଗତ ମାସରେ କାବୁଲରେ ଅଲ-କାଏଦାର ମୁଖ୍ୟ କୁହାଯାଉଥିବା ଅୟମାନ ଅଲ-ଜବାହିରିଙ୍କ ମୃତ୍ୟୁର କାରଣ ହୋଇଥିଲା । ପ୍ରତିରକ୍ଷା ପ୍ରତିଷ୍ଠାନର ଅଧିକାରୀଙ୍କ ସୂତ୍ରର ସୂଚନା ମୁତାବକ ପ୍ରତିରକ୍ଷା କ୍ଷେତ୍ରରେ ପ୍ରମୁଖ ଆମେରିକା କମ୍ପାନୀ ‘ଜନରଲ ଆଟୋମିକ୍ସ’ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ଡ୍ରୋନକୁ କ୍ରୟ କରିବା ଲାଗି ଭାରତ ଓ ଆମେରିକା ମଧ୍ୟରେ କଥାବାର୍ତ୍ତା ଚାଲିଛି । ‘ଜନରାଲ ଆଟୋମିକ୍ସ ଗ୍ଲୋବାଲ କର୍ପୋରେଶନ’ର ମୁଖ୍ୟ କାର୍ଯ୍ୟକାରୀ ଡା. ବିବେକ ଲାଲ କହିଛନ୍ତି ଉଭୟ ସରକାରଙ୍କ ମଧ୍ୟରେ ଡ୍ରୋନ୍ କ୍ରୟକୁ ନେଇ ଚାଲିଥିବା କଥାବାର୍ତ୍ତା ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri