Posted inଜାତୀୟ

୩ ଦିନରେ ୫୦ ମୃତ

ନୂଆଦିଲ୍ଲୀ,୨୨ା୮ : ବାଦଲ ଫଟା ଓ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଦେଶର ବିଭିନ୍ନ ଭାଗରେ ବନ୍ୟା ବିତ୍ପାତ ଲାଗିରହିଛି। ନଦୀଗୁଡ଼ିକ ଫୁଲିଉଠିଥିବାରୁ ବହୁ ଅଞ୍ଚଳ ଜଳମଗ୍ନ ହୋଇଛି। ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଓ ଓଡ଼ିଶାରେ ଭୂସ୍ଖଳନ ସହ ବ୍ରିଜ୍‌ ଭାଙ୍ଗିବା ଭଳି ଘଟଣା ମଧ୍ୟ ସାମ୍ନାକୁ ଆସିଛି। ଏହିସବୁ କାରଣରୁ ଦେଶରେ ୩ ଦିନ ମଧ୍ୟରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ଆସନ୍ତା ୨ ଦିନ ଧରି ବିଭିନ୍ନ ଭାଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ କରାଯାଇଛି।

ହିମାଚଳ ପ୍ରଦେଶରେ ରବିବାର ବର୍ଷା ଯୋଗୁ ବନ୍ୟା ସହ ଭୂସ୍ଖଳନ ଘଟିଛି। ଏଥିରେ ୫ ଜଣ ଲୋକ ନିଖୋଜ ହୋଇଯାଇଛନ୍ତି। ଶନିବାର ସୁଦ୍ଧା ରାଜ୍ୟରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ ଆହତ ହୋଇଥିଲେ। ସର୍ବାଧିକ କ୍ଷତି ମଣ୍ଡି, କଙ୍ଗରା ଓ ଚମ୍ପା ଜିଲାରେ ଘଟିଛି। ହିମାଚଳରେ ୩ ଦିନରେ ୩୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ହଜାର ଲୋକ ବିଭିନ୍ନ ରିଲିଫ୍‌ କ୍ୟାମ୍ପରେ ଆଶ୍ରୟ ନେଇଛନ୍ତି। ସେହିପରି ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଯୋଗୁ ୪ ଜଣଙ୍କ ଜୀବନ ଯାଇଥିବାବେଳେ ଅନ୍ୟ ୧୩ ଜଣ ନିଖୋଜ ହୋଇଯାଇଛନ୍ତି।

ଓଡ଼ିଶାରେ କାନ୍ଥ ଭୁଶୁଡ଼ି ଓ ବନ୍ୟାଜଳରେ ଭାସିଯାଇ ଅନୂ୍ୟନ ୬ ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟର ପ୍ରାୟ ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଓଡ଼ିଶା ସରକାର ୧୨୦,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି। ସେହିପରି ଝାଡ଼ଖଣ୍ଡର ରାମଗଡ଼ ଜିଲାରେ ନଲକାରି ନଦୀର ଉଛୁଳା ପାଣିରେ ୫ ଜଣ ଭାସିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri