ରଦ୍ଦ ହେଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ରାଶନ କାର୍ଡ

ମାଲକାନଗିରି, ୨୨ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ କରି ଜମି ଖଜଣା ବାବଦକୁ ଅର୍ଥ କମ୍‌ ଦେଇ ପଟ୍ଟା ହାତେଇବା ଘଟଣା ଶନିବାର ଜଣାପଡ଼ିବା ପରେ ଉକ୍ତ କାର୍ଡକୁ ରବିବାର ରଦ୍ଦ କରାଯାଇଛି। ସେ କିପରି କାର୍ଡ ପାଇଲେ ଏବଂ ଏଥିରେ କେଉଁମାନେ ସମ୍ପୃକ୍ତ ତା’ର ତଦନ୍ତ କରାଯାଇ ସମସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜ୍ୟ ସରକାରଙ୍କୁ ଅବଗତ କରାଯିବ ବୋଲି ମାଲକାନଗିରି ବ୍ଲକ ଯୋଗାଣ ଅଧିକାରୀ ହୃଷୀକେଶ ନାୟକ କହିଛନ୍ତି।
ଖବରରୁ ଜଣାପଡିଛି, ମାଲକାନଗିରି ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟ କରୁଥିବା ଲଳିତ ମଣ୍ଡଳଙ୍କ ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ ପ୍ରସ୍ତୁତ କରାଯାଇ ପୌର ପରିଷଦ ଲାଣ୍ଡ ରାଇଟ ଜମି ପ୍ରମାଣ ପତ୍ର ପାଇଁ ୧୦,୮୦୦ ଟଙ୍କା ଖଜଣା ଆକାରରେ ଦେଇ ଜମି ପ୍ରମାଣପତ୍ର ପାଇଥିଲେ। ତେବେ ସରକାରଙ୍କ ନିୟମ ଅନୁଯାୟୀ ଗରିବ ଲୋକେ ରାଶନ କାର୍ଡ ପାଇବା କଥା। ରାଶନ କାର୍ଡଧାରୀ ୧୦,୮୦୦ ଟଙ୍କା ଜମି ପ୍ରମାଣପତ୍ର ପାଇଁ ଦେବାର ନିୟମ ଥିବା ବେଳେ ସ୍ବଚ୍ଛଳ ଲୋକଙ୍କୁ ଏହି ପ୍ରମାଣପତ୍ର ପାଇଁ ପ୍ରାୟ ୬୫,୦୦୦ ଟଙ୍କା ଖଜଣା ଆକାରରେ ଦେବାକୁ ପଡିବ ବୋଲି ନିୟମ ରହିଛି। ଏହି ଅଧିକ ଖଜଣାରୁ ବର୍ତ୍ତିବା ପାଇଁ ମଣ୍ଡଳଙ୍କ ସ୍ତ୍ରୀ ବିନୋତାରାନୀ ମଣ୍ଡଳଙ୍କ ନାମରେ ଥିବା ରାଶନ କାର୍ଡକୁ ବ୍ୟବହାର କରାଯାଇଛି। ମାଲକାନଗିରି ସହରରେ ବିଭିନ୍ନ ବସ୍ତିରେ ମୂଳନିବାସୀ ଭାବେ ବର୍ଷ ବର୍ଷ ଧରି ଅନେକ ବ୍ୟକ୍ତି ସରକାରୀ ଜମିରେ ବସବାସ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଏପର୍ଯ୍ୟନ୍ତ ରାଶନ କାର୍ଡ କିମ୍ବା ଘରଡିହ ପଟ୍ଟା ମିଳି ନ ଥିବା ବେଳେ ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ କିପରି ନିଜ ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ କରି ସରକାରୀ ସୁବିଧା ନେଲେ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଆଇନଜୀବୀ ତଥା ନାଗରିକ ସୁରକ୍ଷା ମଞ୍ଚ ସଦସ୍ୟ ରାମ ପଟ୍ଟନାୟକ ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri