୫ ଅଧ୍ୟାପିକାଙ୍କୁ ଦୁର୍ବ୍ୟବହାର

ନୟାଗଡ଼ ଅଫିସ,୨୨।୮: ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ୫ ଅଧ୍ୟାପିକାଙ୍କୁ ୭ ଛାତ୍ର ଅଶ୍ଲୀଳ ଭାଷାରେ ଗାଳିଗୁଲଜ ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଅଧ୍ୟାପିକାମାନେ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିବା ପରେ ଘଟଣା ଲୋକଲୋଚନକୁ ଆସିଛି। ଅଭିଯୋଗ ଅନୁଯାୟୀ, ମହାବିଦ୍ୟାଳୟର ଇଣ୍ଟରନାଲ ପରୀକ୍ଷା ଚାଲୁଥିବା ସମୟରେ ଜଣେ କମର୍ସ ଛାତ୍ରଙ୍କୁ କପି କରିବା ବେଳେ ଜଣେ ଅଧ୍ୟାପିକା ଧରିଥିଲେ। କପି କାହିଁକି ଧରିଲ ବୋଲି କହି ସମ୍ପୃକ୍ତ ଛାତ୍ରଜଣକ ଅଧ୍ୟାପିକାଙ୍କ ସହ ଯୁକ୍ତିତର୍କ କରିବା ସହିତ ଗାଳିଗୁଲଜ ଓ ଖରାପ ବ୍ୟବହାର କରିଥିଲେ। ସେହିପରି ମହାବିଦ୍ୟାଳୟର ୪ ଅଧ୍ୟାପିକାଙ୍କୁ ୬ଜଣ ଯୁକ୍ତ ୩ କମର୍ସ ଛାତ୍ର ଅନୁରୂପ ଭାବେ ଦୁର୍ବ୍ୟବହାର ଓ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି। ଏନେଇ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ପ୍ରଧାନଙ୍କୁ ପଚାରିବାରୁ ୨ଟି ଅଭିଯୋଗ ହୋଇଛି। ସୋମବାର ଷ୍ଟାଫ୍‌ କାଉନସିଲ ବୈଠକ ହେବାର ଅଛି। ଏଥିରେ ଏ ସଂକ୍ରାନ୍ତରେ ଆଲୋଚନା ହେବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri