ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ ଜେଲଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମା ଫେଜ୍‌-୨ରେ ୨୦୧୬ ଡିସେମ୍ବର ୩୧ ରାତିରେ ଜଣେ ମହିଳାଙ୍କୁ ହତ୍ୟା କରିବା ମାମଲାରେ ସୋମବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ସ୍ବାମୀ ରାଜେନ୍ଦ୍ର ସିଂ ଓରଫ ବାବୁ (୫୫)ଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଛି। ଏଥିସହ ତାଙ୍କୁ ୫୦ ହଜାର ଟଙ୍କା ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଏହି ଜରିମାନା ଅନାଦାୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ଭୁବନେଶ୍ୱର ଅତିରିକ୍ତ ଦ୍ୱିତୀୟ ଜିଲା ଦୌରାଜଜ୍‌ (୨) ବିଚାରପତି ସତ୍ୟ ନାରାୟଣ ପାତ୍ର ତାଙ୍କ ରାୟରେ ଶୁଣାଇଛନ୍ତି।
ସୂଚନା ଅନୁଯାୟୀ, କଟକ ଖପୁରିଆ ଅଞ୍ଚଳର ରାଜେନ୍ଦ୍ର ଡୁମୁଡୁମା ଫେଜ-୨ରେ ସ୍ତ୍ରୀ ସସ୍ମିତା ସିଂଙ୍କ ସହ ରହୁଥିଲେ। ରାଜେନ୍ଦ୍ର ସ୍ଥାନୀୟ ଅଞ୍ଚଳରେ ଏକ ପରିବା ଦୋକାନ କରି ଘର ଚଳାଉଥିଲେ। ତାଙ୍କ ପୁଅ ଓ ଝିଅ ନିକଟରେ ଭଡ଼ାରେ ରହୁଥିବା ମାମୁଙ୍କ ଘରକୁ ଯାଇଥିଲେ। ୨୦୧୬ ଡିସେମ୍ବର ୩୧ ତଥା ଶନିବାର ରାତିରେ ରାଜେନ୍ଦ୍ର ଜଣେ ବ୍ୟକ୍ତିଙ୍କ ଠାରୁ ପାଇବାକୁ ଥିବା ୫ ହଜାର ଟଙ୍କା ଆଣିବାକୁ ଯାଇଥିଲେ। ହେଲେ ତାଙ୍କଠୁ ମାତ୍ର ୧ ହଜାର ଟଙ୍କା ଆଣି ସେଥିରେ ମଦ ପିଇଦେଇ ରାତି ୯ଟାରେ ଘରକୁ ଫେରିଥିଲେ। ଏହି ମଦ ପିଇବା ଘଟଣାକୁ ନେଇ ସ୍ତ୍ରୀଙ୍କ ସହ ଝଗଡ଼ା ହୋଇଥିଲା। କଥା କଟାକଟି ବେଳେ ନିଶାଶକ୍ତ ଥିବା ରାଜେନ୍ଦ୍ର ସସ୍ମିତାଙ୍କ ମୁଣ୍ଡକୁ କାନ୍ଥରେ ପିଟି ଦେଇଥିଲେ। ସସ୍ମିତାଙ୍କ ମୁଣ୍ଡରେ ଗଭୀର କ୍ଷତ ସୃଷ୍ଚି ହେବା ସହ ଚେତା ପଳାଇଥିଲା। ଏହାପରେ ଏକ କପଡ଼ାରେ ସସ୍ମିତାଙ୍କୁ ବେକକୁ ଭିଡ଼ି ହତ୍ୟା କରିଥିଲେ। ମୃତା ସସ୍ମିତା ଘରେ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ବେଳେ ରାଜେନ୍ଦ୍ର ନିଶାରେ ସେଠାରେ ଶୋଇପଡ଼ିଥିଲେ। ୨୦୧୭ ଜାନୁୟାରୀ ୧ ଅର୍ଥାତ ନୂଆବର୍ଷ ସକାଳେ ଶଳା ତପନ ସିଂଙ୍କୁ ଫୋନରେ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହ ହତ୍ୟା ଘଟଣା ସମ୍ପର୍କରେ କହିଥିଲେ। ଖବର ଦିଆଯିବା ପରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ରାଜେନ୍ଦ୍ରଙ୍କୁ କାବୁ କରିଥିଲା। ପୋଲିସ ଏକ ହତ୍ୟା ମାମଲା (ନଂ.୧/୨୦୧୭) ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ରାଜେନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାରେ ବିଚାରପତି ୨୦ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ସୋମବାର ରାୟ ଶୁଣାଇଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସରକାରୀ ଓକିଲ ଶଲୀଳ କୁମାର ପ୍ରଧାନ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri