ଏସ୍‌ବିଆଇ ସିଜିଏମ୍‌ଙ୍କ ଡ୍ରିମ୍‌ସ ପରିଦର୍ଶନ

ଭୁବନେଶ୍ୱର,୨୩।୮: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ମୁଖ୍ୟ ମହାପ୍ରବନ୍ଧକ (ସିଜିଏମ୍‌) ଚନ୍ଦ୍ରଶେଖର ଶର୍ମା ନିକଟରେ ଟାଙ୍ଗୀସ୍ଥିତ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହକୁ ସୌଜନ୍ୟମୂଳକ ପରିଦର୍ଶନରେ ଆସିଥିଲେ। ସେ ଶିକ୍ଷାନୁଷ୍ଠାନର ବିଭିନ୍ନ ବିଭାଗ ବିଶେଷ କରି ଇଂଜିନିୟରିଂ, ମ୍ୟାନେଜମେଣ୍ଟ ଉଇଙ୍ଗ, କେନ୍ଦ୍ରୀୟ ପାଠାଗାର, ମୁଖ୍ୟ ପ୍ରଶାସନିକ କାର୍ଯ୍ୟାଳୟ, ସ୍ପୋର୍ଟସ୍‌ କମ୍ପ୍ଲେକ୍ସ, କ୍ରିକେଟ ଷ୍ଟାଡିୟମ୍‌ ଓ ପଦ୍ମିନୀ କେୟାର ହସ୍ପିଟାଲ ଆଦି ବୁଲି ଦେଖିବା ସହ ଏଠାକାର ଶିକ୍ଷାଦାନ ଏବଂ ଉପଲବ୍ଧ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ତାଙ୍କ ସହ ଉପ ମହାପ୍ରବନ୍ଧକ ସଞ୍ଜୟ ଝା, ଆଞ୍ଚଳିକ ପ୍ରବନ୍ଧକ ପ୍ରଣତି ଶତପଥୀ ଏବଂ ଅନ୍ୟ ଅଧିକାରୀମାନେ ଆସିଥିଲେ। ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ, ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର ସେମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିବା ସହ ଶିକ୍ଷାନୁଷ୍ଠାନର ଅଗ୍ରଗତି ଓ ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇବା ସହ ବିସ୍ତୃତ ଆଲୋଚନା ମଧ୍ୟ କରିଥିଲେ। ଏହି ଅବସରରେ ଅନୁଷ୍ଠାନର ରେଜିଷ୍ଟ୍ରାର କଲ୍ୟାଣ କୁମାର ସାହୁ, ଡିନ୍‌ ଡ. ଦୀପକ କୁମାର ଭଟ୍ଟାଚାର୍ଯ୍ୟ, ‘ପହ୍ମିନୀ କେୟାର’ର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡା. ଜ୍ୟୋତିପ୍ରକାଶ ପରିଜା, କ୍ରୀଡ଼ା ନିର୍ଦ୍ଦେଶକ ନବକିଶୋର ମିଶ୍ର, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ରମେଶ ପ୍ରତାପ, ସଚିବ ଚନ୍ଦ୍ରକାନ୍ତ ପଣ୍ଡା, ପ୍ରାଣବନ୍ଧୁ ନାୟକ, ପ୍ରଶାସନିକ ଅଧିକାରୀ ଆଶୁତୋଷ ଦ୍ୱିବେଦୀ, ବିତ୍ତ ଅଧିକାରୀ ଶିବ ପ୍ରସାଦ ରାଉତ, ପ୍ରସନ୍ନ କୁମାର ସାହୁ, ମୃତ୍ୟୁଞ୍ଜୟ ପରିଡାଙ୍କ ସମେତ ଅନ୍ୟ ପଦାଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ‘ଡ୍ରିମ୍‌ସ ପରିବାର’ ପକ୍ଷରୁ ଅତିଥିଙ୍କୁ ଉପଢୌକନ ସହ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ୍‌ ପକ୍ଷରୁ ଟିଏମ୍‌ୟୁର ଶୁଭାରମ୍ଭ

ଭୁବନେଶ୍ୱର,୭।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ନୂତନ ଜ୍ଞାନକୌଶଳରେ...

ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭।୫ (ଅଭୟ ଦାଶ): ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍‌ଏନ୍‌ଏଲ୍‌ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ...

ଏଇଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୭।୫: ଆଦାନି ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଆଦାନି ଏଣ୍ଟରପ୍ରାଇଜେସ୍‌ ଲିମିଟେଡ୍‌ (ଏଇଏଲ୍‌)ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ...

ଏପିକ୍‌ ନ୍ୟୁ ସ୍ବିଫ୍ଟର ପ୍ରି-ବୁକିଂ ଆରମ୍ଭ

ଭୁବନେଶ୍ୱର,୭।୫: ମାରୁତି ସୁଜୁକୀ ଇଣ୍ଡିଆ ଲିମିଟେଡ୍‌ ବା ଏମ୍‌ଏସ୍‌ଆଇଏଲ୍‌ର ବହୁ ପ୍ରତୀକ୍ଷିତ ତଥା ୪ର୍ଥ ପିଢ଼ିର ନୂତନ ମଡେଲ ‘ଏପିକ୍‌ ନ୍ୟୁ ସ୍ବିଫ୍ଟ’ର ଓ୍ବାର୍ଲଡ ପ୍ରିମିୟର (ଟ୍ରିଜର)...

ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା): କ୍ରମାଗତ ଭାବେ ଗୃହଋଣରେ ଉଲ୍ଲେଖନୀୟ ଅଭିବୃଦ୍ଧି ହେଉଛି। ଏପରିକି ଦେଶରେ ଗୃହ ଋଣ ପରିମାଣ ଆଶ୍ଚର୍ଯ୍ୟଜନକ ଭାବେ ବଢ଼ିବାରେ ଲାଗିଛି। ଗତ ୨...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଉଚ୍ଚତର ଶିକ୍ଷା,ଗବେଷଣାକୁ ୟୁଜିସିର ପ୍ରାଧାନ୍ୟ

ଭୁବନେଶ୍ୱର,୬।୫: ରାଜ୍ୟରେ ଉଚ୍ଚତର ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ହାସଲ ଲାଗି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପ୍ରାଧାନ୍ୟ ଦେଉଛି, ଏଥିପାଇଁ ପର୍ଯ୍ୟାପ୍ତ ଆର୍ଥିକ...

ଆଇଡିବିଆଇର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୬।୫: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri