ପୂର୍ବତନ ପ୍ରଧାନମନ୍ତ୍ରୀ ନଜୀବଙ୍କୁ ୧୨ ବର୍ଷ ଜେଲ ଦଣ୍ଡାଦେଶ…

କୁଆଲାମ୍ପୁର, ୨୩।୮ : ମାଲେସିଆର ପୂର୍ବତନ ପ୍ରଧାନମନ୍ତ୍ରୀ ନଜୀବ ରଜାକଙ୍କୁ ଦେଶର ସର୍ବୋଚ୍ଚ ନ୍ୟାୟାଳୟ ବଡ଼ ଝଟ୍‌କା ଦେଇଛନ୍ତି। ରାଜ୍ୟ ପାଣ୍ଠିରୁ ଲୁଟ ସମ୍ପର୍କିତ ମାମଲାରେ କୋର୍ଟ ରଜାକଙ୍କୁ ୧୨ ବର୍ଷର ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି। ନ୍ୟୁଜ ଏଜେନ୍ସି ଏପି ଏହି ସୂଚନା ଦେଇଛି।

ନଜୀବଙ୍କ ଶେଷ ଆବେଦନ କୋର୍ଟରେ ଖାରଜ ହୋଇଛି। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସେ ତୁରନ୍ତ ଜେଳ ଦଣ୍ଡ ଭୋଗିବା ଆରମ୍ଭ କରିବେ। ଏହା ସହ ସେ ଦେଶର ପ୍ରଥମ ପୂର୍ବତନ ପ୍ରଧାନମନ୍ତ୍ରୀ ଯିଏ କି ଜେଲ ଯିବେ। ଫେଡେରାଲ କୋର୍ଟର ଏକ ପାଞ୍ଚ ଜଣିଆ ଖଣ୍ଡପୀଠ କହିଛନ୍ତି କୋର୍ଟର ବିଚାରପତି ସଠିକ ରାୟ ଦେଇଛନ୍ତି ଏବଂ ନଜୀବଙ୍କ ଆବେଦନରେ କୌଣସି ଉପଯୁକ୍ତ ସ୍ଥିତି ନାହିଁ। ନଜୀବଙ୍କ ଦୋଷ ଏବଂ ଦଣ୍ଡକୁ କୋର୍ଟ ନିଶ୍ଚିତ କରିଛନ୍ତି।

୨୦୦୯ରେ କ୍ଷମତାକୁ ଆସିବା ପରେ ନଜୀବଙ୍କ ଦ୍ୱାରା ୧-ଏମଡିବି(ମାଲେସିଆ ଡେଭଲପମେଣ୍ଟ ବେରହାଡ୍‌)ର ବିକାଶ ପାଣ୍ଠି ଗଠନ କରାଯାଇଥିଲା। ଯାଞ୍ଚ ବେଳେ ଏହା ଜଣାପଡିଥିଲା ଯେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନଜୀବ ଏବଂ ତାଙ୍କ ସହଯୋଗୀମାନେ ଗଠନ କରିଥିବା ପାଣ୍ଠିରୁ ଅତି କମରେ ୪୫୦ କୋଟି ଡଲାର ଚୋରି ହୋଇଥିଲା। ଏହି ଦୁର୍ନୀତିର ତଦନ୍ତ ଆମେରିକା ଏବଂ ଅନ୍ୟାନ୍ୟ ଦେଶରେ ଆରମ୍ଭ କରା ଯାଇଥିଲା । ଏହି ଦୁର୍ନୀତି ଯୋଗୁ ୨୦୧୮ ନିର୍ବାଚନରେ ନଜୀବ ସରକାରଙ୍କ ପତନ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri