Posted inଜାତୀୟ

ଟି. ରାଜା ଭାଜପାରୁ ନିଲମ୍ବିତ, ୧୦ ଦିନ ମଧ୍ୟରେ ଦେବେ ଜବାବ…

ନୂଆଦିଲ୍ଲୀ, ୨୩।୮ : ମହାପୁରୁଷ ମହମ୍ମଦଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମାମଲାରେ ଭାରତୀୟ ଜନତା ପାର୍ଟି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ତେଲେଙ୍ଗାନା ବିଧାୟକ ଟି ରାଜା ସିଂଙ୍କୁ ନିଲମ୍ବିତ କରିଛି। ଏହା ସହିତ ତାଙ୍କୁ ଏକ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଛି। ରାଜା ସିଂଙ୍କୁ ୧୦ ଦିନ ମଧ୍ୟରେ ଏହାର ଜବାବ ଦେବାକୁ ଦଦଳ ପକ୍ଷରୁ କୁହାଯାଇଛି। ଏହା ବ୍ୟତୀତ ତାଙ୍କ ବିରୋଧରେ ଏକ ତଦନ୍ତ ଆରମ୍ଭ ହୋଇଛି।

ନିକଟରେ ରାଜା ସିଂ ସୋସିଆଲ ମିଡିଆରେ ଏକ ଭିଡିଓ ଅପଲୋଡ କରିଥିଲେ। ଭିଡିଓରେ ସେ ମହାପୁରୁଷ ମହମ୍ମଦଙ୍କ ବିରୋଧରେ ମନ୍ତବ୍ୟ ଦେଇଥିବା ଅଭିଯୋଗ ହୋଇଥିଲା। ଏହା ପରେ ସୋମବାର ବିଳମ୍ବିତ ରାତିରେ ଶହ ଶହ ଲୋକ ହାଇଦ୍ରାବାଦ ରାସ୍ତାରେ ପ୍ରଦର୍ଶନ କରି ତାଙ୍କୁ ଗିରଫ କରିବାକୁ ଦାବି କରିଥିଲେ। ବିକ୍ଷୋଭ ପ୍ରଦର୍ଶନକୁ ଦେଖି ପୋଲିସ ମଙ୍ଗଳବାର ସକାଳେ ଧାର୍ମିକ ଭାବନାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି କରିଥିବା ଅଭିଯୋଗରେ ତାଙ୍କୁ ଗିରଫ କରିଥିଲା।

ଛଅ ମିନିଟ ତିରିଶ ସେକେଣ୍ଡର ଏହି ଭିଡିଓ ରାଜା ସିଂ ବିବାଦୀୟ ହାସ୍ୟ ଅଭିନେତା ମୁନୱାର ଫାରୁକିଙ୍କୁ ଟାର୍ଗେଟ କରି ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଜଣେ ହାସ୍ୟ ଅଭିନେତା ଅଛନ୍ତି ଯିଏ ଥାର୍ଡ କ୍ଳୂାସ୍‌ର କମେଡି କରନ୍ତି। ସେ ହିନ୍ଦୁ, ଭାଜପାର ବରିଷ୍ଠ ଅଧିକାରୀମାନଙ୍କୁ ଟାର୍ଗେଟ କରନ୍ତି। ଭଗବାନ ରାମଚନ୍ଦ୍ର ଏବଂ ସୀତା ମାତାଙ୍କ ବିଷୟରେ ଅପମାନଜନକ ଶବ୍ଦ ମଧ୍ୟ କୁହନ୍ତି।

ଏହି ଭିଡିଓରେ ରାଜା ସିଂ ମହାପୁରୁଷ ମହମ୍ମଦଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ମଧ୍ୟ ଦେଇଥିବା ଅଭିଯୋଗ ହୋଇଛି। ସେ ଭିଡିଓରେ କହୁଛନ୍ତି, ଯିଏ ଯେଉଁ ଭାଷାରେ କୁହନ୍ତି ତାଙ୍କୁ ରାଜା ସିଂ ସେଭଳି ଭାଷାରେ ଉତ୍ତର ଦେବ। ମୋର ଏପରି ଉଦ୍ଦେଶ୍ୟ ନଥିଲା, କିନ୍ତୁ ଏହାର କାରଣ ହେଉଛି ଯେ ଜଣେ ବ୍ୟକ୍ତି ମୋର ରାମ ଏବଂ ସୀତା ମାତା ବିଷୟରେ ଅପମାନଜନକ କଥା କହି ଆମ ଭଗବାନ ଉପରେ କମେଡି କରିଥିଲେ। ସେଥିପାଇଁ ମୁଁ ଏଭଳି କମେଡି କରିବାକୁ ବାଧ୍ୟ ହେଲି। ଏହାର ବିଚାର ଆପଣ କରନ୍ତୁ ବୋଲି ରାଜା ଭିଡ଼ିଓରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri