Posted inଜାତୀୟ

ବାଚସ୍ପତି ପଦରୁ ଇସ୍ତଫା ଦେବାକୁ ମନା କଲେ ବିଜୟ ସିହ୍ନା…

ପାଟନା, ୨୩।୮ : ବିହାର ବିଧାନସଭା ବାଚସ୍ପତି ବିଜୟ କୁମାର ସିହ୍ନା ଏହି ପଦରୁ ଇସ୍ତଫା ଦେବାକୁ ସମ୍ପୂର୍ଣ୍ଣ ଭାବେ ମନା କରି ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କ ବିରୁଦ୍ଧରେ ଅବିଶ୍ୱାସ ପ୍ରସ୍ତାବ ଅଣାଯିବା ଯୋଗୁ ଯଦି ସେ ଇସ୍ତଫା ଦିଅନ୍ତି, ତେବେ ଏହା ତାଙ୍କ ଆତ୍ମବିଶ୍ୱାସକୁ କ୍ଷତି ପହଞ୍ଚାଇବ।

ବିହାରରେ ମହାମେଣ୍ଟ ସରକାର ଗଠନ ହେବା ପରେ ବିହାର ବିଧାନସଭା ବାଚସ୍ପତି ବିଜୟ କୁମାର ସିହ୍ନାଙ୍କୁ ହଟାଇବାକୁ ଦାବି ଆରମ୍ଭ ହେବାରେ ଲାଗିଛି। ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ ପକ୍ଷରୁ ସୋମବାର ପୁଣି ଥରେ ତାଙ୍କ ଇସ୍ତଫା ଦାବି କରାଯାଇଛି। ଆରଜେଡି ମୁଖପାତ୍ର ଶକ୍ତି ସିଂ ଯାଦବ କହିଛନ୍ତି ଯେ ବିହାର ବାଚସ୍ପତି ତଥା ଭାଜପା ନେତା ବିଜୟ କୁମାର ସିହ୍ନା ଚଳିତ ମାସ ଆରମ୍ଭରେ ତାଙ୍କ ବିରୋଧରେ ମହାମେଣ୍ଟ ଦ୍ୱାରା ଅଣାଯାଇଥିବା ଅବିଶ୍ୱାସ ପ୍ରସ୍ତାବକୁ ଦୃଷ୍ଟିରେ ରଖି ତୁରନ୍ତ ଇସ୍ତଫା ଦେବା ଉଚିତ।

ସିହ୍ନା ଦାବି କରିଛନ୍ତି ଯେ ତାଙ୍କ ବିରୋଧରେ ଅଣାଯାଉଥିବା ଅବିଶ୍ୱାସ ପ୍ରସ୍ତାବ ମିଥ୍ୟା ଉପରେ ଆଧାରିତ। ସେ କହିଛନ୍ତି ଯେ ବିଧାନସଭା ନିୟମ ଅନୁଯାୟୀ ଏହି ପ୍ରସ୍ତାବ ଅଣାଯାଉଛି। ବିଧାନସଭାର ବାଚସ୍ପତି କହିଛନ୍ତି ମୋ ବିରୋଧରେ ପକ୍ଷପାତିତା ଏବଂ ଏକଛତ୍ରବାଦୀ ଶାସନ ଅଭିଯୋଗ ହୋଇଛି। ଉଭୟ ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା। ତେଣୁ ଇସ୍ତଫା ଦେବା ଦ୍ୱାରା ମୋର ଆତ୍ମ ସମ୍ମାନକୁ କ୍ଷତି ପହଞ୍ଚିବ।

ବୁଧବାର ବିଧାନସଭାରେ ତାଙ୍କ ଦଳର ପକ୍ଷ କ’ଣ ହେବ ତାହା ବାଚସ୍ପତି ସ୍ପଷ୍ଟ କରି ନାହାଁନ୍ତି। ସେ କେବଳ କହିଛନ୍ତି ଯେ ମୁଁ ମୋ ଚେୟାରରେ ଗୃହରେ ଉପସ୍ଥିତ ରହିବି, କାରଣ ମୁଁ ଏକ ସାମ୍ବିଧାନିକ ପଦବୀ ସହିତ ଜଡିତ। ମୋର ପ୍ରାଥମିକତା ହେବ ଯେ ମୁଁ ନିୟମ ଅନୁଯାୟୀ ମୋର ଦାୟିତ୍ୱ ପୂରଣ କରିବି ।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri