Posted inଖେଳ

ଭାରତ ବିପକ୍ଷରେ ପାକିସ୍ତାନର ‘ମାଷ୍ଟର ପ୍ଲାନ୍‌’

ଦୁବାଇ,୨୪।୮: ଅଗଷ୍ଟ ୨୮ରେ ପାକିସ୍ତାନ ବିପକ୍ଷରେ ଏସିଆ କପ୍‌ର ପ୍ରଥମ ମ୍ୟାଚ୍‌ ଖେଳିବ ଭାରତ। ଏହି ରୋମାଞ୍ଚକର ମୁକାବିଲା ଲାଗି ଉଭୟ ଟିମ୍‌ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ପାକିସ୍ତାନ ଟିମ୍‌ ମାଷ୍ଟର ପ୍ଲାନ ବିଷୟରେ ଖୁଲାସା ହୋଇଛି।

ଭାରତ ବିପକ୍ଷ ମ୍ୟାଚ୍‌ ଲାଗି ସ୍ବତନ୍ତ୍ର ରଣନୀତି ଆପଣାଇବ ପାକିସ୍ତାନ। ପିସିବି ପକ୍ଷରୁ ଏସମ୍ପର୍କିତ କିଛି ଭିଡିଓ ଶେୟାର କରାଯାଇଛି। ଗୋଟିଏ ଭିଡିଓରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଆସିଫ ଅଲ୍ଲୀଙ୍କୁ ଦେଖିବାକୁ ମିଳୁଛି। ପ୍ରତି ଦିନ ୧୦୦ରୁ ୧୫୦ ଛକା ମାରିବାର ଅଭ୍ୟାସ କରୁଛି। ଏହାଦ୍ୱାରା ମ୍ୟାଚ୍‌ରେ ଅତିକମ୍‌ରେ ୪-୫ ଛକା ମାରିହେବ। କାରଣ ମୁଁ ଯେଉଁ ସ୍ଥାନରେ ବ୍ୟାଟିଂ କରୁଛି ସେତେବେଳେ ଓଭର ପିଛା ୧୨ରୁ ୧୪ ରନ୍‌ କରିବାକୁ ପଡ଼ିଥାଏ। ଏହାର ଚାପ ପଡ଼ିଥାଏ। ସେସମୟରେ କେବଳ ଛକା ମାରିବାକୁ ଚେଷ୍ଟା କରିଥାଏ। ଅନ୍ୟ ଭିଡିଓରେ ପୂର୍ବ ଅଧିନାୟକ ମହମ୍ମଦ ୟୁସୁଫ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନଙ୍କୁ ଅଭ୍ୟାସ କରାଉଥିବା ନଜର ଆସୁଛନ୍ତି। ସେ ତଳକୁ ଚାହିଁ ଶଟ୍‌ ଖେଳିବାର ଅଭ୍ୟାସ କରୁଛନ୍ତି। ଏହି ସମୟରେ ବୋଲିଂ ପ୍ରଶିକ୍ଷଣ ଦେଉଥିବା କୋଚ୍‌ କହୁଛନ୍ତି ଯେ ଯଦି ଆମେ ଅଭ୍ୟାସରେ ୭୦-୮୦ ପ୍ରତିଶତ ସଫଳ ହେଉଛୁ ତେବେ ଆମେ ଖୁସି ।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri