Posted inଜାତୀୟ

ଆଜି ଅବସର ନେବେ ସିଜେଆଇ

ନୂଆଦିଲ୍ଲୀ,୨୬।୮:ଭାରତର ୪୮ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଏନ୍‌.ଭି. ରମନା ୨୦୨୧ ଏପ୍ରିଲରେ ଦାୟିତ୍ୱ ଗ୍ରହଣ କରିଥିଲେ। ୧୬ ମାସର କାର୍ଯ୍ୟକାଳ ପରେ ଶୁକ୍ରବାର ସେ ଅବସର ଗ୍ରହଣ କରିବାକୁ ଯାଉଛନ୍ତି। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଦେଶବାସୀଙ୍କ ମନରେ ନ୍ୟାୟ ବ୍ୟବସ୍ଥା ପ୍ରତି ଆସ୍ଥା ବଢ଼ାଇ ପାରିଛନ୍ତି।
କୋଭିଡ୍‌-୧୯ ଦ୍ୱିତୀୟ ଲହରର ଭୟାବହତା ଧୀରେ ଧୀରେ ହ୍ରାସ ପାଉଥିବାବେଳେ ଓଡ଼ିଶାର ବିଭିନ୍ନ ସ୍ଥାନରେ ରଥଯାତ୍ରା ଆୟୋଜନ ଲାଗି ଅନୁମତି ନିମନ୍ତେ କେତେଜଣ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ମହାମାରୀର ଭୟଙ୍କର ସ୍ଥିତିକୁ ଦୃଷ୍ଟିରେ ରଖି ସିଜେଆଇ ରମନା ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରା ଆୟୋଜନ ଲାଗି ଅନୁମତି ଦେବାକୁ ମନା କରିଦେଇଥିଲେ। ଆସନ୍ତା ବର୍ଷ ପ୍ରଭୁ ଶ୍ରୀଜଗନ୍ନାଥ ଆମକୁ ରଥାଯାତ୍ରା ଲାଗି ଅନୁମତି ଦେବେ ବୋଲି ସେ ସେତେବେଳେ ଆଶାବ୍ୟକ୍ତ କରିଥିଲେ। ୧୬ ମାସର କାର୍ଯ୍ୟକାଳ ମଧ୍ୟରେ ଜଷ୍ଟିସ୍‌ ରମନା ଓଡ଼ିଶାର ଏକାଧିକ ମାମଲାର ଶୁଣାଣି କରିଛନ୍ତି। ଓଡ଼ିଶା ହାଇକୋର୍ଟରେ ୧୧ ଜଣ ବିଚାରପତିଙ୍କ ନିଯୁକ୍ତି ଲାଗି ତାଙ୍କ ନେତୃତ୍ୱରେ ଗଠିତ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ।
୨୦୨୧ ମେ’ରେ ନରେନ୍ଦ୍ର ମୋଦିଙ୍କ ସରକାର ରାକେଶ ଅସ୍ଥାନାଙ୍କୁ ସିବିଆଇ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେବାକୁ ଚାହୁଁଥିବାବେଳେ ସିଜେଆଇ ତାହା ହେବାକୁ ନ ଦେଇ ଲୋକଙ୍କ ମଧ୍ୟରେ ଆଶାର ଉଦ୍ରେକ କରାଇଥିଲେ। ସିଜେଆଇ ଭାବେ ୧୬ ମାସର କାର୍ଯ୍ୟକାଳ ମଧ୍ୟରେ ଜଷ୍ଟିସ ରମନା ନାଗରିକତ୍ୱ ସଂଶୋଧନ ଆଇନ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ, ଇଲେକ୍ଟୋରାଲ ବଣ୍ଡକୁ ଚ୍ୟାଲେଞ୍ଜ, ହିଜାବ ନିଷେଧ ମାମଲା ଏବଂ ୟୁଏପିଏ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିବେ ବୋଲି ବିଶ୍ୱାସ କରାଯାଉଥିଲା। ତେବେ ଏଥିରୁ ଗୋଟିଏ ହେଲେ ମାମଲା ତାଙ୍କ ସମୟରେ ଅଦାଲତର ଆଲୋକ ଦେଖିପାରିଲା ନାହିଁ। ଅବସର ନେବାର ଦିନକ ପୂର୍ବରୁ ପେଗାସସ୍‌ ଗୁପ୍ତଚର ମାମଲାର ଶୁଣାଣି କରିଛନ୍ତି ଜଷ୍ଟିସ ରମନା। ବିଲ୍‌କିସ ବାନୋ ଗଣବଳାତ୍କାର ଓ ହତ୍ୟା ମାମଲାରେ ୧୧ ଜଣ ଅପରାଧୀଙ୍କୁ ମୁକ୍ତ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି କରି ସିଜେଆଇ ଗୁଜରାଟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri