ନ୍ୟୁୟର୍କ, ୨୬ା୮(ଏପି):ୟୁକ୍ରେନରେ ମାନବିକ ସହାୟତା ପାଇଁ ପାଣ୍ଠି ସହାୟତା ଉଦ୍ଦେଶ୍ୟରେ ୟୁଏସ୍ ଓପନ୍ ପୂର୍ବରୁ ଟେନିସ ଷ୍ଟାରମାନଙ୍କୁ ନେଇ ଏକ ପ୍ରଦର୍ଶନୀ ଇଭେଣ୍ଟର ଆୟୋଜନ କରାଯାଇଥିଲା। ଏଥିରେ ଭାଗନେଇଥିବା ଖେଳାଳିମାନଙ୍କ ମଧ୍ୟରେ ରାଫାଲ ନାଡାଲ ଓ ଇଗା ସ୍ବିଟେକ ରହିଛନ୍ତି। କୋକୋ ଗଫ୍ ଏଥିରେ ଯେଉଁ ଜୋତା ବ୍ୟବହାର କରିଥିଲେ ସେଥିରେ ‘ପ୍ଲେ ଫର୍ ପିିସ୍’ ବାର୍ତ୍ତା ସ୍ଥାନ ପାଇଥିଲା। ଏହି ଇଭେଣ୍ଟରୁ ସଂଗୃହୀତ ୧ ନିୟୁତ ଡଲାରରୁ ଊର୍ଦ୍ଧ୍ୱ ପାଣ୍ଠି ଏକ ଅନ୍ତର୍ଜାତୀୟ ଅଣଲାଭକାରୀ ସଂସ୍ଥାକୁ ଦିଆଯାଇଛି। ଏଥିରେ ଗଫ୍ ଓ ତାଙ୍କ ପାର୍ଟନର ଜନ୍ ମ୍ୟାକ୍ନୋର ମିକ୍ସଡ ଡବଲ୍ସ ନାଡାଲ ଓ ସ୍ବିଟେକ୍ଙ୍କ ବିପକ୍ଷରେ ଖେଳିଥିଲେ। ଲୁଇସ୍ ଆର୍ମଷ୍ଟ୍ରଙ୍ଗ ଷ୍ଟାଡିୟମରେ ‘ଟେନିସ ପ୍ଲେଜ୍ ଫର୍ ପିସ୍’ ପ୍ରଦର୍ଶନୀ ଟେନିସ ଇଭେଣ୍ଟର ଶତ ପ୍ରତିଶତ ଟିକେଟ ବିକ୍ରି ହୋଇଥିବା ୟୁଏସ୍ ଟେନିସ ଆସୋସିଏଶନ କହିଛି। ଏଥିରେ ଅଂଶଗ୍ରହଣ କରିଥିବା ଅନ୍ୟ ଖେଳାଳିମାନଙ୍କ ମଧ୍ୟରେ ରହିଛନ୍ତି ଡାୟାନା ୟାସ୍ତ୍ରେମ୍ସ୍କା ଓ କାଟାରିନା ଜାଭାଟିସ୍କା, ୨୦୨୧ ୟୁଏସ୍ ଓପନ ଫିନାଲିଷ୍ଟ ଲିଲା ଫର୍ନାଣ୍ଡେଜ, କାର୍ଲୋସ ଆଲ୍କାରେଜ୍, ମାରିଆ ସାକାରି, ଷ୍ଟିଫାନସ ସିତ୍ସିପାସ୍ ଓ ଜେସିକା ପେଗୁଲା। ଟୁର୍ନାମେଣ୍ଟ ନିର୍ଦ୍ଦେଶକ ଷ୍ଟାସି ଆଲାଷ୍ଟର ଇଭେଣ୍ଟରୁ ଟିକେଟ ବିକ୍ରି ବାଦରେ ଅତି କମ୍ରେ ୨ ନିୟୁତ ଡଲାର ଆୟ ହେବ ବୋଲି ଆଶା କରାଯାଉଥିଲା। ମାତ୍ର ଏଥିରୁ ୧.୨ ନିୟୁତ ଡଲାର ମିଳିଥିଲା।
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


