ପାନାମା ପଣ୍ୟବାହୀ ଜାହାଜକୁ ମୁକ୍ତକର: ହାଇକୋର୍ଟ

କଟକ ଅଫିସ,୨୭ା୮: ବ୍ୟବସାୟିକ ବିବାଦକୁ ନେଇ ପାରାଦୀପ ବନ୍ଦରରେ ଅଟକ ରଖାଯାଇଥିବା ପାନାମାର ପଣ୍ୟବାହୀ ଜାହାଜ ‘ଏମ୍‌ଭି ମେରାଇନ୍‌ ହର୍ନବିଲ୍‌ (ଆଇଏମ୍‌ଓ ନଂ- ୯୫୯୪୩୬୫)’କୁ ମୁକ୍ତ କରିବା ପାଇଁ ଶୁକ୍ରବାର ହାଇକୋର୍ଟ ବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଜାହାଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଡିମାଣ୍ଡ ଡ୍ରାଫ୍ଟ ଆକାରରେ ୨ କୋଟି ୧୧ ଲକ୍ଷ ୩୬ ହଜାର ୪ ଶହ ୮୭ ଟଙ୍କାର ଅମାନତ ରାଶି ହାଇକୋର୍ଟଙ୍କ ରେଜିଷ୍ଟ୍ରାର ଜୁଡିସିଆଲଙ୍କ ନାମରେ ଦାଖଲ କରାଯାଇଛି। ତେବେ ମାମଲାର ରାୟ ଆସିବା ପର୍ଯ୍ୟନ୍ତ ଉକ୍ତ ଅର୍ଥରାଶିକୁ ଏକ ଜାତୀୟକରଣ ବ୍ୟାଙ୍କରେ ସ୍ବଳ୍ପ ଅବଧି ଜମା ଭାବେ ଜମା ରଖିବାକୁ ବିଚାରପତି ଭି. ନରସିଂହ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ସଂସ୍ଥା ପକ୍ଷରୁ ଆଇନଜୀବୀ ଗୌତମ ମିଶ୍ର ମାମଲା ପରିଚାଳନା କରୁଥିବାବେଳେ ବି.ଏନ୍‌. ମହାନ୍ତି, ଏଚ୍‌.ଏସ୍‌. ମୁଦୁଲି ଓ ଡି. ଆନନ୍ଦ ମିଶ୍ର ତାଙ୍କୁ ସହଯୋଗ କରୁଛନ୍ତି। ସେହିପରି ଅପରପକ୍ଷରୁ ଆଇନଜୀବୀ ଏସ୍‌.ପି. ମିଶ୍ର ମାମଲା ପରିଚାଳନା କରୁଥିବାବେଳେ ବି. ମିଶ୍ର ସହଯୋଗ କରୁଛନ୍ତି।
କକେଟ ମେରାଇନ୍‌(ଏସିଆ) ପକ୍ଷରୁ ୨,୬୭,୨୨୦ ଆମେରିକୀୟ ଡଲାର ଦାବି କରାଯାଇ ଏମ୍‌ଭି ମେରାଇନ୍‌ ହର୍ନବିଲ ବିରୋଧରେ ହାଇକୋର୍ଟରେ ଏକ ମାମଲା ଦାଏର କରାଯାଇଥିଲା। ଜାହାଜଟି ପାରାଦୀପ ବନ୍ଦରରୁ ଗତ ୧୮ ତାରିଖରେ ଯାତ୍ରା ଆରମ୍ଭ କରିବାର ଥିଲା। ତେବେ ଆବେଦନକାରୀଙ୍କ ପକ୍ଷରୁ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନେବା ନିମନ୍ତେ କରାଯାଇଥିବା ଆବେଦନର ଗୁରୁତ୍ୱକୁ ଉପଲବ୍ଧି କରି ହାଇକୋର୍ଟ ଜାହାଜକୁ ଅଟକ ରଖିବା ନିମନ୍ତେ ଗତ ୧୭ ତାରିଖରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri