Posted inଜାତୀୟ

କରଦାତାଙ୍କ ଟଙ୍କାରେ ମାଗଣା ସୁବିଧା ଦେଶକୁ ଦେବାଳିଆ କରିଦେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ା୮(ପି.ଟି.): କରଦାତାଙ୍କ ଟଙ୍କାରେ ଲୋକଙ୍କୁ ମାଗଣା ସୁବିଧା ଦେବା ଧାରା ଲାଗିରହିଲେ, ଦେଶ ଅତ୍ୟନ୍ତ ଦେବାଳିଆ ସ୍ଥିତିକୁ ଚାଲିଯିବ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଆଶଙ୍କା ବ୍ୟକ୍ତ କରିଛନ୍ତି। ନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ଦେଉଥିବା ମାଗଣା ସୁବିଧା ପରମ୍ପରା ବିରୋଧରେ ଏକାଧିକ ପିଟିଶନକୁ ତିନିଜଣିଅ ଖଣ୍ଡପୀଠରେ ଶୁଣାଣି ପାଇଁ ତାଲିକାଭୁକ୍ତ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରସଙ୍ଗର ବ୍ୟାପକ ଶୁଣାଣି ଆବଶ୍ୟକ। ତେବେ ସବୁ ପ୍ରତିଶ୍ରୁତିକୁ ମାଗଣା ସୁବିଧା ଭାବେ ଦେଖାଯାଇପାରିବ ନାହିଁ। କାରଣ ସେଥିରୁ କେତେକ କଲ୍ୟାଣକାରୀ ଯୋଜନା କିମ୍ବା ଜନମଙ୍ଗଳ ପଦକ୍ଷେପ ଏବଂ ଅର୍ଥନୈତିକ ଦାୟିତ୍ୱବୋଧ ରହିଛି। ସେହି ଯୋଜନାଗୁଡ଼ିକ କେବଳ ରାଷ୍ଟ୍ରର ନୀତି ନିର୍ଦ୍ଦେଶକ ତତ୍ତ୍ୱର ଅଂଶବିଶେଷ ନୁହେଁ, ଜଳମଙ୍ଗଳ ରାଷ୍ଟ୍ରର ଦାୟିତ୍ୱ ବୋଲି ସିଜେଆଇ ଜଷ୍ଟିସ ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ କହିଛନ୍ତି। ରାଜନୈତିକ ଦଳଗୁଡ଼ିକ ଲୋକଙ୍କୁ ମାଗଣା ସୁବିଧା ପ୍ରତିଶ୍ରୁତି ପ୍ରଦାନ କରିବା ଧାରା ଏକ ଗମ୍ଭୀର ପ୍ରସଙ୍ଗ ଦର୍ଶାଇ ସୁପ୍ରିମକୋର୍ଟ ଏହା ଉପରେ ବିତର୍କ ଜରୁରୀ ବୋଲି କହିଥିଲେ। କେନ୍ଦ୍ର ସରକାର ଏଥିପାଇଁ ସର୍ବଦଳୀୟ ବୈଠକ ଡାକୁ ନ ଥବାରୁ ସର୍ବୋଚ୍ଚ ଅଦାଲତ କ୍ଷୋଭ ପ୍ରକାଶ କରିଥିଲେ। ମାଗଣା ସୁବିଧା ପରମ୍ପରା ଅର୍ଥନୀତିକୁ ଧ୍ୱଂସ କରିଦେବାକୁ ଯାଉଛି। ଏହା ବନ୍ଦ ହେବା ଦରକାର। ଏନେଇ ରାଜନୈତିକ ଦଳଗୁଡ଼ିକ ସର୍ବସମ୍ମତ ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ କିଛି କରିହେବ ନାହିଁ ବୋଲି ଖଣ୍ଡପୀଠ କହିଥିଲେ। ଦଳଗୁଡ଼ିକର ମାଗଣା ସୁବିଧା ପ୍ରତିଶ୍ରୁତି ମତଦାନକୁ ପ୍ରଭାବିତ କରୁଛି। ଏଭଳି ଧାରା ବନ୍ଦ ଲାଗି ନିର୍ଦ୍ଦେଶ ଦେବା ପାଇଁ ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟ ଓ ଅନ୍ୟମାନେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri