Posted inଜାତୀୟ

ସ୍ତ୍ରୀ ଉପରେ କ୍ଷୁବ୍ଧ ସ୍ବାମୀ ତାଳଗଛରେ ମାସେ ରହିଲେ

ଲକ୍ଷ୍ନୌ,୨୭ା୮: ସ୍ତ୍ରୀଙ୍କ ଯୁକ୍ତି ଓ ଗାଳିରେ କ୍ଷୁବ୍ଧ ହୋଇ ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ମାସେ କାଳ ୮୦ ଫୁଟ ଉଚ୍ଚ ତାଳଗଛରେ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ୟୁପି ମାଉ ଜିଲା କୋପାଗଞ୍ଜ ଅଞ୍ଚଳରେ ଏଭଳି ବିଚିତ୍ର ଘଟଣା ଘଟିଛି। ୪୨ ବର୍ଷୀୟ ରାମ ପ୍ରବେଶଙ୍କର ୬ ମାସ ହେଲା ତାଙ୍କ ସ୍ତ୍ରୀଙ୍କ ସହ ଝଗଡ଼ା ଲାଗୁଥିଲା। ଏପରିକି ସ୍ତ୍ରୀ ତାଙ୍କୁ ମାଡ଼ ମାରୁଥିଲେ ବୋଲି ରାମ ଅଭିଯୋଗ କରିଛନ୍ତି। ସ୍ତ୍ରୀଙ୍କ ବ୍ୟବହାରରେ ସେ ଏଭଳି ଅତିଷ୍ଠ ହୋଇଯାଇଥିଲେ ଯେ, ତାଳଗଛରେ ଚଢ଼ିଯାଇ ସେଠାରେ ଗୋଟିଏ ମାସ ରହିଥିଲେ। ତାଙ୍କ ପରିବାର ଲୋକେ ଦଉଡ଼ିରେ ଖାଦ୍ୟ ଓ ପାଣି ବାନ୍ଧି ଝୁଲାଇ ଦେଉଥିଲେ ଓ ରାମ ତାହାକୁ ଉପରକୁ ଟାଣି ନେଇ ଖାଉଥିଲେ। ସେ ରାତିରେ କିଛି ସମୟ ପାଇଁ ଓହ୍ଲାଉଥିଲେ ଓ ନିତ୍ୟକର୍ମ ସାରି ପୁଣି ଗଛରେ ଚଢ଼ିଯାଉଥିଲେ ବୋଲି ଗ୍ରାମବାସୀ କହିଛନ୍ତି। ପରେ ଗାଁ ଲୋକେ ଏ ସମ୍ପର୍କରେ ପୋଲିସକୁ ଜଣାଇଥିଲେ। ପୋଲିସ ବାରମ୍ବାର ଅନୁରୋଧ କରିବା ସତ୍ତ୍ୱେ ରାମ ତଳକୁ ନ ଓହ୍ଲାଇବାରୁ ସେମାନେ ତାଙ୍କର ଭିଡିଓ କରି ଫେରିଯାଇଥିଲେ। ତେବେ ତାଳଗଛରେ ସେ ଅଧିକ ଦିନ ରହିବାକୁ ଗଁାର କେତେଜଣ ବିରୋଧ କରିଥିଲେ। ସେ ଗଛରେ ଥାଇ ଅନ୍ୟମାନଙ୍କ ଘରେ କ’ଣ ଘଟୁଛି, ତାହା ଦେଖୁଛନ୍ତି। ତେଣୁ ସେମାନଙ୍କ ଘରର ଗୋପନୀୟତା ଉଲ୍ଲଂଘନ ହେଉଛି ବୋଲି ମହିଳାମାନେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri