ବନ୍ୟାରେ ଲୋକେ ଛଟପଟ, ମିଛ ପ୍ରଚାରରେ ବ୍ୟସ୍ତ ସରକାର: କଂଗ୍ରେସ

ଭୁବନେଶ୍ବର,୨୭ା୮(ବ୍ୟୁରୋ): ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଜିଲା ପ୍ରଭାବିତ ହୋଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ହଜାର ହଜାର ଏକର ଫସଲ ଜଳମଗ୍ନ ହୋଇ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୨୨ ବର୍ଷ କ୍ଷମତାରେ ଥିବା ରାଜ୍ୟ ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁ ରାଜ୍ୟବାସୀ ବନ୍ୟା ଯନ୍ତ୍ରଣାରେ ଛଟପଟ ହେଉଥିଲା ବେଳେ ସରକାର କେବଳ ମିଛ ପ୍ରଚାରରେ ବ୍ୟସ୍ତ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି,।
କଂଗ୍ରେସ ଭବନରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ଲୋକଙ୍କ ପାଖରେ ରିଲିଫ୍‌ ପହଞ୍ଚିପାରିଲା ନାହିଁ। ଲୋକଙ୍କ ଦୁର୍ଦ୍ଦିଶା ଆକଳନ କରିବା ପାଇଁ ମଧ୍ୟ ସରକାରୀ କଳ ଗ୍ରାଉଣ୍ଡ ଜିରୋରେ ପହଞ୍ଚିଲେ ନାହିଁ । ନିଜ ବାସ, ବେଉସା ଓ ଫସଲ ଉଜୁଡ଼ିଯାଇଥିଲାବେଳେ ଲୋକଙ୍କ ପ୍ରତି ରାଜ୍ୟ ସରକାର କେବଳ ପ୍ରତାରଣା କରିଚାଲିଛନ୍ତି। ଜିରୋ କାଜୁଆଲ୍‌ଟି ନେଇ ମୁଖ୍ୟମନ୍ତ୍ରୀ କେବଳ ଏକ ଫମ୍ପା ପ୍ରଚାର କରୁଛନ୍ତି। ସରକାରଙ୍କର ଅଦୂରଦର୍ଶିତା ଓ ଅପରିଣାମଦର୍ଶିତା ପାଇଁ ରାଜ୍ୟବାସୀ ବନ୍ୟାରେ ଅକଥନୀୟ ଯନ୍ତ୍ରଣା ଭୋଗୁଛନ୍ତି। ଯଦି ରାଜ୍ୟ ସରକାରଙ୍କର ସତ୍‌ସାହସ ଅଛି ଏବଂ ବନ୍ୟା ନିୟନ୍ତ୍ରଣ ପାଇଁ ସାମନ୍ୟତମ ଆନ୍ତରିକତା ଅଛି ତେବେ ସର୍ବଦଳୀୟ ଓ ବିଶେଷଜ୍ଞମାନଙ୍କ ବୈଠକ ଡାକନ୍ତୁ ବୋଲି ଶରତ ସରକାରଙ୍କୁ ଆହ୍ବାନ ଜଣାଇଛନ୍ତି। କଂଗ୍ରେସ ବନ୍ୟା ଅନୁଧ୍ୟାନ କମିଟିର ଅଧ୍ୟକ୍ଷ ପଞ୍ଚାନନ କାନୁନ୍‌ଗୋ କହିଛନ୍ତି, ବନ୍ୟାରେ ୧୭ ଜଣଙ୍କ ଜୀବନ ଯାଇଛି। କିନ୍ତୁ ବନ୍ୟା ଛାଡ଼ିଯିବା ପରେ ଜଳବାହିତ ରୋଗ ଅତି ଗୁରୁତ୍ୱର ଆକାରରେ ଧାରଣ କରିବାକୁ ଯାଉଛି ବୋଲି ସେ କହିଛନ୍ତି। ଏହିଭଳି ସରକାରଙ୍କୁ କଂଗ୍ରେସ ଟାର୍ଗେଟ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri