୨ ପଞ୍ଚାୟତକୁ ନାହିଁ ସବୁଦିନିଆ ରାସ୍ତା

ପଦ୍ମପୁର,୨୭।୮ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଓ ବିନୋବାଭାବେନଗର ପଞ୍ଚାୟତକୁ ସବୁଦିନିଆ ରାସ୍ତା ନାହିଁ। ଧାମରା-ଜାମୁଝାଡ଼ି ରାସ୍ତାର କଣ୍ଟିଆନାଳିଠାରୁ ଲୁଣାବନ୍ଧ ପର୍ଯ୍ୟନ୍ତ ଥିବା ୪ କି.ମି. ମାଟି ରାସ୍ତା ଉପରେ ଦୁଇ ପଞ୍ଚାୟତର ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ଯାତାୟାତ କରିଥାନ୍ତି। ଏଥିସହ ଦୁଇଟି ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ମଧ୍ୟ ଏହି ରାସ୍ତା ଦେଇ ପ୍ରତ୍ୟେହ ସ୍କୁଲକୁ ଯିବାଆସିବା କରନ୍ତି। ବର୍ଷାଦିନେ ଉକ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡୁଛି। ଅନ୍ୟ କୌଣସି ବିକଳ୍ପ ନ ଥିବାରୁ ଆଣ୍ଠୁଏ କାଦୁଅ ରାସ୍ତାରେ ଯାତାୟାତ କରିବା ପାଇଁ ଲୋକେ ବାଧ୍ୟ ହେଉଛନ୍ତି। ଜରୁରୀ ସମୟରେ ଆମ୍ବୁଲାନ୍ସ ଗ୍ରାମ ମଧ୍ୟକୁ ଯାଇପାରୁ ନାହିଁ। ଏନେଇ ଗ୍ରାମବାସୀ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବା କୁହାଯାଇଛି।
ଏ ସମ୍ପର୍କରେ ବିନୋବାଭାବେ ନଗର ସରପଞ୍ଚ ଆଦିତ୍ୟ ଗିରି ଓ ଗୋପବନ୍ଧୁନଗର ସରପଞ୍ଚ ବଳରାମ ଗିରିଙ୍କୁ ପଚାରିବାରୁ ସେମାନେ ଲିଖିତ ଭାବେ ବିଡିଓଙ୍କୁ ଅବଗତ କରାଇଥିବା କହିଛନ୍ତି। ଏନେଇ ବିଡିଓ ସତ୍ୟଜିତ ରାଉତ କହିଛନ୍ତି, ଦୁଇ ପଞ୍ଚାୟତର ଲୋକଙ୍କ ଯାତାୟାତ ନିମନ୍ତେ ଚଣ୍ଡିପୋଖରୀଠାରୁ ନନ୍ଦଛକ ୫ କି.ମି. ରାସ୍ତା ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରିବା ପାଇଁ ଚିଠି ନଂ. ୨୬୭୨ ତା ୧୦।୮।୨୨ରିଖରେ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅବଗତ କରାଇଛନ୍ତି। ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଅନୁମତି ପରେ ଉକ୍ତ ରାସ୍ତା କାମ ଆରମ୍ଭ କରାଯିବ। ଅପରପକ୍ଷେ ତୁରନ୍ତ ଏହି ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଆପଣେଇ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଅଭିଳାଷ ଗିରି, ଭାକୁ ଜେନା, ବସନ୍ତ ଗିରି, ଗଣେଶ ମଣ୍ଡଳ, ଚିତ୍ତ ମାଇତି, ମନୁ ମଣ୍ଡଳ ପ୍ରମୁଖ ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri