ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ପାଇଁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଏକ ୨ ପୃଷ୍ଠାର ଚିଠି ଲେଖିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ପଶ୍ଚିମ ଓଡ଼ିଶାରେ ନୂଆଖାଇ ପର୍ବକୁ ବେଶ୍‌ ଆଡ଼ମ୍ବରପୂର୍ଣ୍ଣ ଭାବେ ପାଳନ କରାଯାଏ। ନୂଆଖାଇ ପର୍ବ ବର୍ଷାଋତୁ ପରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ଅନ୍ୟ ଜିଲାଗୁଡ଼ିକରେ ପାଳନ କରାଯାଏ। ଗାଁ ଲୋକମାନେ ନିଜ ଫସଲ ଅମଳର ୧ମ ଭୋଗ ପାରମ୍ପରିକ ଶୈଳୀରେ ମା’ ସମଲେଇ, ମା’ ମାଣିକେଶ୍ୱରୀ ଓ ସ୍ଥାନୀୟ ମନ୍ଦିରରେ କରିଥାନ୍ତି। ଗୋଟିଏ ଛାତ ତଳେ ବସି ପରିବାରର ସମସ୍ତ ସଦସ୍ୟ ଏହି ଭୋଗ ପାଇବା ସହ ଗୁରୁଜନମାନଙ୍କ ଆଶୀର୍ବାଦ ମଧ୍ୟ ନେଇଥାନ୍ତି। ଯେଉଁମାନେ ଓଡ଼ିଶା ବାହାରେ ରହିଥାନ୍ତି ସେମାନେ ମଧ୍ୟ ନିଜର ପରିବାର, ବନ୍ଧୁବର୍ଗ ଓ ସମ୍ପର୍କୀୟଙ୍କ ସହ ଏହି ପର୍ବ ପାଳନ କରିବାକୁ ଘରକୁ ଆସିଥାନ୍ତି। କେବଳ ସେତିକି ନୁହେଁ, ବିଦେଶରେ ଯେଉଁଠି ପଶ୍ଚିମ ଓଡ଼ିଶାର ଲୋକମାନେ ରହୁଛନ୍ତି ଓ ନୂଆଖାଇରେ ଘରକୁ ଆସିପାରନ୍ତି ନାହିଁ ସେମାନେ ମଧ୍ୟ ସେଠାରେ ଏହି ପର୍ବ ପାଳନ କରନ୍ତି। ନୂଆଦିଲ୍ଲୀରେ ଆମର ଏମ୍‌ପିମାନଙ୍କ ଉପସ୍ଥିତିରେ ନୂଆଖାଇ ଭେଟଘାଟ ପାଳନ କରାଯାଇଥାଏ। ତେବେ ରାଜ୍ୟ ସରକାର ନିଜର କର୍ମଚାରୀଙ୍କ ପାଇଁ ଚଳିତବର୍ଷ ସେପ୍ଟେମ୍ବର ୧ ତାରିଖରେ ନୂଆଖାଇ ନିମନ୍ତେ ଗୋଟିଏ ଦିନ ସରକାରୀ ଛୁଟି ଘୋଷଣା କରିଛନ୍ତି। ମାତ୍ର ଏହା ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଅନ୍ୟାୟ। ରାଜ୍ୟ ସରକାର ଗୋଟିଏ ଦିନ ନୂଆଖାଇ ଛୁଟି ଘୋଷଣା କରିଥିବାରୁ ଜିଲା ପ୍ରଶାସନ ମଧ୍ୟ ସରକାରୀ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ୨ ଦିନ ନୂଆଖାଇ ପାଳିବାକୁ ଅନୁମତି ଦେଉନାହାନ୍ତି। ତେଣୁ ପଶ୍ଚିମ ଓଡ଼ିଶାରେ ନୂଆଖାଇ ପାଇଁ ୨ଦିନ ସ୍ଥାନୀୟ ଛୁଟି ଘୋଷଣା କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri