Posted inଜାତୀୟ

ଶେଷରେ ଗୁଲାମନବୀ ନିଜକୁ ଆଜାଦ କଲେ, କଂଗ୍ରେସକୁ ଜ୍ୟୋତିରାଦିତ୍ୟଙ୍କ କଡ଼ା ସମାଲୋଚନା…

ନୂଆଦିଲ୍ଲୀ, ୨୭।୮ : ଭେଟେରାନ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର କଂଗ୍ରେସର ସମସ୍ତ ପଦରୁ ଇସ୍ତଫା ଦେଇ ଦଳକୁ ଏକ ବଡ ଝଟକା ଦେଇଛନ୍ତି। ଏହାକୁ ନେଇ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଶନିବାର ଦେଶର ସର୍ବ ପୁରାତନ ପାର୍ଟି କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏହି ରାଜନୈତିକ ଅସ୍ଥିରତା ପୂର୍ବରୁ ହେବାର ଥିଲା।

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଗୁଲାମ ନବୀ ଆଜାଦ କଂଗ୍ରେସ ଦଳ ସହିତ ତାଙ୍କର ପାଞ୍ଚ ଦଶନ୍ଧି ପୁରୁଣା ସମ୍ପର୍କ ସମାପ୍ତ କରିବାର ଗୋଟିଏ ଦିନ ପରେ କେନ୍ଦ୍ର ମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି ନେତା ଜ୍ୟୋତିରାଦିତ୍ୟ କହିଛନ୍ତି ଯାହା ହେଉ ଶେଷରେ ଗୁଲାମ ନବୀ ମଧ୍ୟ ନିଜକୁ ଆଜାଦ କରିଛନ୍ତି।

୨୦୨୦ ରେ କଂଗ୍ରେସକୁ ବିଦାୟ ଦେବା ପରେ ଭାଜପାରେ ଯୋଗ ଦେଇଥିବା ସିନ୍ଧିଆ ଶନିବାର ଗ୍ବାଲିୟରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି, କଂଗ୍ରେସର ଆଭ୍ୟନ୍ତରୀଣ ସ୍ଥିତି କ’ଣ ତାହା ପୂର୍ବରୁ ଜଣାପଡୁଥିଲା ଏବଂ ଏବେ ମଧ୍ୟ ଏହି ଧାରା ଜାରି ରହିଛି। ମୁଁ ଭାରତୀୟ ଜନତା ପାର୍ଟିର ଜଣେ କର୍ମୀ ଏବଂ ମୁଁ ସକରାତ୍ମକ ଚିନ୍ତାଧାରା ଓ ଆଦର୍ଶ ସହିତ ବିକାଶ ତଥା ପ୍ରଗତି ସହିତ ଜଡିତ ଅଛି। କିନ୍ତୁ ନିଶ୍ଚିତ ଭାବରେ ଗୁଲାମ ନବୀ କଂଗ୍ରେସରୁ ନିଜକୁ ମୁକ୍ତ କରି ପାରିଛନ୍ତି। ଏହା ବେଶ୍‌ ଖୁସିର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri