Posted inଜାତୀୟ

ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ, ୧୯ରେ ଫଳାଫଳ

ନୂଆଦିଲ୍ଲୀ,୨୮।୮: କଂଗ୍ରେସ ସଭାପତି ନିର୍ବାଚନ ତାରିଖ ରବିବାର ଘୋଷଣା କରାଯାଇଛି। ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୨୨ ସେପ୍ଟେମ୍ବରରେ ବିଜ୍ଞପ୍ତି ଜାରି କରାଯିବ। ନାମାଙ୍କନ ୨୪ ସେପ୍ଟେମ୍ବରରୁ ଆରମ୍ଭ ହେବ। ୧୭ ଅକ୍ଟୋବରରେ ଭୋଟ ଗ୍ରହଣ କରାଯିବ ଏବଂ ୧୯ ଅକ୍ଟୋବରରେ ଗଣନା ପରେ ଫଳାଫଳ ବାହାରିବ। କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲୁସି)ର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ବିଦେଶରୁ ଯୋଗ ଦେଇଥିଲେ। ଏମାନଙ୍କ ବ୍ୟତୀତ କଂଗ୍ରେସ କାର୍ଯ୍ୟାଳୟରେ ହରିଶ ରାୱତ, ସଲମାନ ଖୁର୍ସିଦ, ମୁକୁଲ ୱାସନିକ, ମଲ୍ଲିକାର୍ଜୁନ ଖାର୍‌ଗେ, କୁମାରୀ ଶୈଳଜା, ମଧୁସୂଦନ ମିସ୍ତ୍ରୀ, କେସି ଭେନୁଗୋପାଳ, ଜୟରାମ ରମେଶ, ଅଜୟ ମାକେନ, ଅଭିଷେକ ମନୁ ସିଂଘବିଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ। ନିକଟରେ ଦଳ ଉପରେ ଅସନ୍ତୋଷ ପ୍ରକାଶ କରିଥିବା ଆନନ୍ଦ ଶର୍ମା ମଧ୍ୟ ସିଡବ୍ଲ୍ୟୁସି ବୈଠକରେ ଯୋଗ ଦେଇଥିଲେ। ସିଡବ୍ଲ୍ୟୁସି ବୈଠକରେ ବହୁ ନେତା ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀଙ୍କୁ ପୁନର୍ବାର ଦଳର ସଭାପତି ହେବାକୁ କହିଛନ୍ତି।
ସୂଚନାନୁସାରେ, ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦଳ ୭ ସେପ୍ଟେମ୍ବରରୁ କନ୍ୟାକୁମାରୀରୁ ‘ଭାରତ ଯୋଡୋ’ ଯାତ୍ରା ଆରମ୍ଭ କରିବାକୁ ଯାଉଛି। ଏହି ୧୪୮ ଦିନିଆ ଯାତ୍ରା କଶ୍ମୀରରେ ଶେଷ ହେବ। ଏହି ପାଞ୍ଚ ମାସର ଯାତ୍ରା ୩୫୦୦ କିଲୋମିଟର ଦୂରତା ଏବଂ ୧୨ରୁ ଅଧିକ ରାଜ୍ୟ ଅତିକ୍ରମ କରିବାକୁ ଯାଉଛି। ଏଥିରେ ପଦଯାତ୍ରା, ରାଲି ଏବଂ ସାଧାରଣ ସଭା ରହିବ। ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ କଂଗ୍ରେସର ବରିଷ୍ଠ ନେତାମାନେ ମଧ୍ୟ ‘ଭାରତ ଯୋଡୋ’ ଯାତ୍ରାରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri