Posted inଜାତୀୟ

ହେମନ୍ତଙ୍କ ବୋଟ୍‌ ପିକ୍‌ନିକ୍‌କୁ ଭାଜପାର ସମାଲୋଚନା

ନୂଆଦିଲ୍ଲୀ,୨୯।୮ : ଖଣି ଲିଜ୍‌ ମାମଲାରେ ସମ୍ପୃକ୍ତ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ବିଧାୟକ ପଦ ରଦ୍ଦ ଲାଗି ନିର୍ବାଚନ କମିଶନ ସୁପାରିସ କରିଥିବାବେଳେ ରାଜ୍ୟପାଳଙ୍କ ନିଷ୍ପତ୍ତିକୁ ଅପେକ୍ଷା ରହିଛି। ରାଜ୍ୟ ରାଜନୀତିରେ ସଙ୍କଟ ଦେଖାଦେଇଥିବାବେଳେ ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ସୋରେନ ଶାସକ ବିଧାୟକମାନଙ୍କୁ ଲକ୍‌ଜୁରିୟସ୍‌ ବସ୍‌ରେ ନେଇ ଖୁଣ୍ଟି ଜିଲା ଲତ୍ରାତୁ ଡ୍ୟାମ୍‌ରେ ନୌବିହାର କରିବା ଘଟଣାକୁ ଭାଜପା କଡ଼ା ସମାଲୋଚନା କରିଛି।
ନିଜ ନାମରେ ଖଣି ଲିଜ୍‌ ନେଇଥିବା ମୁଖ୍ୟମନ୍ତ୍ରୀ ସୋରେନଙ୍କ ବିଧାୟକ ପଦ ରଦ୍ଦ ଲାଗି ଇସି ଶୁକ୍ରବାର ରାଜ୍ୟପାଳ ରମେଶ ବୈଶଙ୍କୁ ସୁପାରିସ କରିଥିଲେ। ତାଙ୍କ ବିରୋଧରେ ରାଜ୍ୟପାଳ ଏପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନାହାନ୍ତି। ରାଜନୈତିକ ଅନିଶ୍ଚିତତାକୁ ନେଇ ରାଜ୍ୟର ଶାସକ କଳ ଅଚଳ ହୋଇପଡ଼ିଥିବାବେଳେ ମୁଖ୍ୟମନ୍ତ୍ରୀ ପିକ୍‌ନିକରେ ବ୍ୟସ୍ତ ରହିବା ଲଜ୍ଜାଜନକ ଘଟଣା ବୋଲି ଭାଜପା ନେତା ବାବୁଲାଲ ମାରାଣ୍ଡି ରବିବାର କହିଛନ୍ତି। ରାଜ୍ୟପାଳ ସୋରେନଙ୍କ ସଭ୍ୟପଦ ରଦ୍ଦ କରିବା ପୂର୍ବରୁ ସେ ନିଜ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ପୂର୍ବତନ ମନ୍ତ୍ରୀ ଭାନୁପ୍ରତାପ ଶାହି ଦାବି କରିଛନ୍ତି। ଅନ୍ୟପକ୍ଷରେ ଜେଏମ୍‌ଏମ୍‌ ନେତୃତ୍ୱାଧୀନ ଉପା ମେଣ୍ଟ ଇସ୍ତଫା ଦାବିକୁ ଅଗ୍ରାହ୍ୟ କରିଛି। ଶାସନ ଜାରି ରଖିବା ଲାଗି ବିଧାନସଭାରେ ସେମାନଙ୍କର ସଂଖ୍ୟାଗରିଷ୍ଠତା ରହିଥିବା ଉପା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri