Posted inଖେଳ

ପାକିସ୍ତାନକୁ ଧୂଳି ଚଟାଇବା ପରେ ପାଣ୍ଡ୍ୟା କହିଲେ,ମୁଁ ଜାଣିଥିଲି…

ଦୁବାଇ,୨୯।୮: ଏସିଆ କପ୍‌ର ଏକ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନ ବିପକ୍ଷରେ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟର ହିରୋ ଥିଲେ ହାର୍ଦ୍ଦିକ ପାଣ୍ଡ୍ୟା। ହାର୍ଦ୍ଦିକ ପ୍ରଥମେ ଚମତ୍କାର ବୋଲିଂ କରିବା ପରେ ବ୍ୟାଟିଂରେ ମଧ୍ୟ ଭଲ ପ୍ରଦର୍ଶନ କରିଥିଲେ। ଶେଷ ଓଭରରେ ଭାରତକୁ ୭ ରନ ଆବଶ୍ୟକ ଥିଲା। ହାର୍ଦ୍ଦିକ ସହଜରେ ଏହାକୁ ହାସଲ କରିଥିଲେ।
ମ୍ୟାଚ ପରେ ହାର୍ଦ୍ଦିକ କହିଛନ୍ତି, ଏଭଳି ଟାର୍ଗେଟକୁ ପିଛା କରିବାବେଳେ ପ୍ରତି ଓଭରରେ ଯୋଜନା ପ୍ରସ୍ତୁତ କରିବାକୁ ପଡେ। ମୁଁ ଜାଣିଥିଲି ଆଗରେ ଜଣେ ଯୁବ ବୋଲର ଅଛନ୍ତି ଏବଂ ବାମହାତୀ ସ୍ପିନର ମଧ୍ୟ ଅଛନ୍ତି। ୨୦ ଓଭରରେ ଅଧିକ ଚାପରେ ବୋଲର ହିଁ ରହିବେ। ମୁଁ ଜିନିଷଗୁଡ଼ିକୁ ସରଳ ରଖିବାକୁ ଚେଷ୍ଟା କଲି। ଶେଷ ଓଭରରେ ଆମକୁ ମାତ୍ର ୭ ରନ ଆବଶ୍ୟକ ଥିଲା କିନ୍ତୁ ୧୫ ରନ ଆବଶ୍ୟକ ଥିଲେ ମଧ୍ୟ ମୁଁ ଏହାକୁ କରିଥାନ୍ତି।
ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତୀୟ ବୋଲରମାନେ ଏକ ଶକ୍ତିଶାଳୀ ପ୍ରଦର୍ଶନ କରି ପାକିସ୍ତାନ ଦଳକୁ ୧୪୭ ରନ୍‌ରେ ବାନ୍ଧି ରଖିଥିଲେ। ଏହି ମ୍ୟାଚରେ ଭୁବନେଶ୍ୱର କୁମାର ୪ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ୩ଟି ଉଇକେଟ ନେଇଥିଲେ। ଏହା ପରେ ୧୪୮ ରନ୍‌ର ଟାର୍ଗେଟକୁ ପିଛା କରିବା ଭାରତୀୟ ଦଳ ପାଇଁ ସହଜ ନ ଥିଲା। ଏକ ସମୟରେ ଦଳ ୩୪ ବଲରୁ ୫୯ ରନ ଆବଶ୍ୟକ କରୁଥିଲା। ଏଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ଜୋରଦାର ବ୍ୟାଟିଂ କରି ଭାରତର ବିଜୟ ପକ୍କା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri