ଗଢ଼ାହେବ ୩ ୟୁନିଟ୍‌ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱାରୋପ କରିଛନ୍ତି। ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ୱରାନ୍ବିତ କରାଯାଇପାରିବ,ତାହାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ। ଏ ସମ୍ପର୍କରେ ଆଗତ ପ୍ରସ୍ତାବକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିଛ।
ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି ରେଞ୍ଜ୍‌ ହେଡ୍‌କ୍ୱାର୍ଟର୍ସ ରହିବ। ପ୍ରତ୍ୟେକ ରେଞ୍ଜ ହେଡ୍‌କ୍ୱାର୍ଟର୍ସ ପାଇଁ ୪୮ଟି ପଦବୀ ସୃଷ୍ଟି କରାଯିବ। ଏହିପରି ମୋଟ ୧୪୪ ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେଶନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେଶନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍‌, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ। ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡ଼ିଶା ଅଗ୍ନିଶମ ସେବା ଫାଷ୍ଟ ରେସ୍‌ପଣ୍ଡର ଭାବେ କାର୍ଯ୍ୟକରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏପରି କି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା। ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେଇ ଏକ ଦକ୍ଷ କୌଶଳସମ୍ପନ୍ନ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଭାବେ ବିକଶିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ। ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ ପ୍ରସ୍ତାବ ଉପସ୍ଥାପନା କରିଥିଲେ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri