Posted inଜାତୀୟ

ସୋନାଲି ଫୋଗାଟ ମୃତ୍ୟୁ ମାମଲା, ହରିୟାଣା ଯିବ ଗୋଆ ପୋଲିସ

ପଣଜୀ,୩୦ ।୮: ଟିକ୍‌ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ଓ ଡ୍ରଗ୍ସ ମାମଲାର ଯାଞ୍ଚ କରିବାକୁ ଗୋଆ ପୋଲିସର ଏକ ଟିମ ମଙ୍ଗଳବାର ହରିୟାଣା ଯିବାର କାର୍ଯ୍ୟକ୍ରମ ରହିଛି । ଗୋଆ ପୋଲିସର ୪ ଜଣିଆ ଟିମ ହରିୟାଣା ଗସ୍ତ କରିବେ । ଗୋଆ ପୋଲିସ ହରିୟାଣାରେ ସୋନାଲିଙ୍କ ଘରକୁ ଯାଇ ପରିବାର ସଦସ୍ୟଙ୍କୁ ପଚରା ଉଚରା କରିବ । ଏହି ଘଟଣାରେ ଅଭିଯୁକ୍ତ ସନ୍ଦିପ ଓ ସୁଖବିନ୍ଦରଙ୍କ ଘରକୁ ବି ଟିମ ଯିବ । ଟଙ୍କା ଓ ସମ୍ପତ୍ତି ସମ୍ପର୍କରେ ପୀଡ଼ିତ ପରିବାରରୁ ସମସ୍ତ ତଥ୍ୟ ସଂଗ୍ରହ କରିବ ପୋଲିସ । ସୋନାଲିଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲେଣଦେଣର ତଥ୍ୟ ବି ଗୋଆ ପୋଲିସ ଏକାଠି କରିବ । ଇତିମଧ୍ୟରେ ହରିୟାଣା ସରକାର ଗୋଆ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏହି ମାମଲାର ଯାଞ୍ଚ ସିବିଆଇକୁ ଦେବାକୁ ଅପିଲ କରିଛନ୍ତି । ସୂଚନାଯୋଗ୍ୟ, ସୋନାଲିଙ୍କ ପରିବାର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କୁ ଭେଟି ସମ୍ପୂର୍ଣ୍ଣ ମାମଲାର ଯାଞ୍ଚ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ)କୁ ଦେବାକୁ କହିଥିଲେ । ଏହାପରେ ହରିୟାଣା ସରକାର ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କୁ ଏ ସମ୍ପର୍କିତ ଏକ ପତ୍ର ପଠାଇଛନ୍ତି । ତେବେ ହରିୟାଣା ମୁଖ୍ୟମନ୍ତ୍ରୀଙ୍କୁ ଦେଇଥିବା ପତ୍ରରେ ସୋନାଲିଙ୍କ ପରିବାର ଏକ ବଡ ଅଭିଯୋଗ ଆଣି କହିଛନ୍ତି ସୋନାଲିଙ୍କ ହତ୍ୟାକାଣ୍ଡ ପଛରେ କେତେଜଣ ବଡ ବଡ ଲୋକଙ୍କ ହାତ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri