ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା

କୋକସରା,୩୦।୮(ଡି.ଏନ୍‌.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତବାସୀ।

ଦର୍ଲିପଡା ଛକ ବିଜୁ ଏକ୍ସପ୍ରେସ ୱେରୁ ୪ କି.ମି. ରହିଥିବା ଉକ୍ତ ରାସ୍ତା ଡୁଡୁକାଠେଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ସମେତ ବନ୍ଧପଡା, ମୁନୁଗାପଦର, ଶବରପଡା, ଧୋବେନ ଚଞ୍ଚରା, କଛାରପଡା ଗ୍ରାମକୁ ସଂଯୋଗ କରୁଛି। ପଞ୍ଚାୟତକୁ ପିଡିଏସ୍‌ ସାମଗ୍ରୀଠାରୁ ଆରମ୍ଭ କରି ଧାନମଣ୍ଡି, ସ୍କୁଲ କଲେଜ ଓ ବିଭିନ୍ନ କାର୍ଯ୍ୟରେ ଏହି ରାସ୍ତାରେ ଲୋକେ ଦୈନିକ ଯିବାଆସିବା କରୁଥିବା ବେଳେ କାଦୁଅରେ ଅତିଷ୍ଠ ହୋଇପଡିଛନ୍ତି ଗ୍ରାମବାସୀ। ପଞ୍ଚାୟତ ଗଠନ ହେବାର ଇତିମଧ୍ୟରେ ୨୦ ବର୍ଷ ଅତିବାହିତ ସତ୍ତ୍ୱେ ରାସ୍ତା ନିର୍ମାଣ ପାଇଁ ଅଞ୍ଚଳବାସୀ ପୂର୍ବରୁ ଜିଲା, ବ୍ଲକ ପ୍ରଶାସନ ସମେତ ସ୍ଥାନୀୟ ସରପଞ୍ଚଙ୍କୁ ଅଭିଯୋଗ କରି ଆସୁଛନ୍ତି। ହେଲେ ଯଥାପୂର୍ବଂ ତଥା ପରମ୍‌। ଏ ନେଇ ସରପଞ୍ଚ ହରିପ୍ରିୟା ନାଗଙ୍କ ପ୍ରତିକ୍ରିୟା ନେବାରୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ସାମିଲ କରିବାକୁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରାଯାଇଛି। ପଞ୍ଚାୟତ ଅନୁଦାନରୁ ଆଗକୁ ରାସ୍ତା ମରାମତି କରିବା ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ତେବେ ଆଗକୁ ଏ ସମ୍ପର୍କରେ ଜିଲା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ ନ କଲେ ରାଜରାସ୍ତାରେ ଆନ୍ଦୋଳନ କରିବାକୁ ପଛାଇବୁ ନାହିଁ ବୋଲି ପଞ୍ଚାୟତବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri