ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ପୂଜା ପାଉଛନ୍ତି ଗଜାନନ

ବଲାଙ୍ଗୀର ଅଫିସ,୩୧ା୮: ଦୀର୍ଘ ଦୁଇ ବର୍ଷ ପରେ ଉତ୍ସବ ମୁଖର ହୋଇପଡ଼ିଛି ବଲାଙ୍ଗୀର ସହର। କରୋନା କଟକଣା ଯୋଗୁଁ ବିଭିନ୍ନ ଯାନିଯାତ୍ରା ବନ୍ଦ ହୋଇପଡ଼ିଥିଲା। କିନ୍ତୁ ଚଳିତ ବର୍ଷ ଗଣେଶ ପୂଜାରେ ଉତ୍ସବ ମୁଖର ହୋଇ ଉଠିଛି।
ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜରେ ବହୁତ ଧୂମ୍‌ଧାମରେ ପୂଜା ପାଳିତ ହୋଇଯାଇଛି। ଏହି ପବିତ୍ର ଗଣେଶ ପୂଜା ଅବସରରେ କଲେଜ ପରିସରରେ ଛାତ୍ର ସଂସଦର ସଂଘ କାର୍ଯ୍ୟାଳୟ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡା ଅରୁଣ କୁମାର ଦାଶ ଉଦ୍‌ଘାଟନ କରିଥିଲେ। ଛାତ୍ର ପ୍ରତିନିଧି ଉପସଭାପତି ସନ୍ଦୀପ ମେହେର, ସାଧାରଣ ସମ୍ପାଦକ ବୁଲୁ ମେହେର, ଉପଦେଷ୍ଟା ପ୍ରଫେସର ଡାକ୍ତର ମନୋଜ କୁମାର ସାହୁ, ସହ ଉପଦେଷ୍ଟା
ସୁଶାନ୍ତ ମେହେର, ଡାକ୍ତର ଅମ୍ବୁଜ ବିଶ୍ୱାଳ ଉପସ୍ଥିତ ଥିଲେ। ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ତଥା ଅଧ୍ୟାପକ, ଅଧ୍ୟାପିକାଙ୍କ ସମେତ କର୍ମଚାରୀ ଉପସ୍ଥିତ ଥିଲେ।
ଏହା ସହ ବଲାଙ୍ଗୀର ସହରର ସ୍ଥାନୀୟ ଆଇନ ମହାବିଦ୍ୟାଳୟ, ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ସରକାରୀ କଲେଜ, ରାଜେନ୍ଦ୍ର କଲେଜ ସମେତ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ପୂଜା ପାଳିତ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri