Posted inଜାତୀୟ

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ହଂକଂକୁ ୧୯୩ ରନ୍‌ର ବିଜୟ ଲକ୍ଷ୍ୟ

ଦୁବାଇ,୩୧।୮: ଏସିଆ କପ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ ଭାରତ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୯୨ ରନ ସଂଗ୍ରହ କରିଛି। ସୁର୍ଯ୍ୟକୁମାର ଯାଦବ ଏବଂ ବିରାଟ କୋହଲି ଭାରତ ପାଇଁ ଅର୍ଦ୍ଧଶତକ ହାସଲ କରିଥିଲେ। ପ୍ରଥମେ ବ୍ୟାଟିଂ ଭାରତ ପାୱାରପ୍ଲେରେ ଗୋଟିଏ ଉଇକେଟ ହରାଇ ୪୪ ରନ ସଂଗ୍ରହ କରିଥିଲା। ୧୩ ବଲରେ ୨୧ ରନ ସ୍କୋର କରିବା ପରେ ଅଧିନାୟକ ରୋହିତ ଶର୍ମା ଆଉଟ୍‌ ହୋଇଥିଲେ। କେ.ଏଲ ରାହୁଲ ବହୁତ ଧୀର ଇନିଂସ ଖେଳି ୩୯ ବଲରେ ୩୬ ରନରେ ଆଉଟ୍‌ ହୋଇଥିଲେ। ଏହା ପରେ ସୂର୍ଯ୍ୟକୁମାର ଯାଦବ ଏବଂ ବିରାଟ କୋହଲି କୌଣସି ଉଇକେଟ ହରାଇବାକୁ ଦେଇ ନ ଥିଲେ। ଏହି ଦୁଇଜଣ ତୃତୀୟ ଉଇକେଟ ପାଇଁ ୪୨ ବଲରେ ୯୮ ରନର ଭାଗିଦାରୀ କରିଥିଲେ। ସୂର୍ଯ୍ୟକୁମାର ଯାଦବ ମାତ୍ର ୨୬ ବଲରେ ୬୮ ରନର ଏକ ଶକ୍ତିଶାଳୀ ଇନିଂସ ଖେଳିଥିଲେ। ଏହି ସମୟରେ ସେ ୬ଟି ଛକା ଓ ୬ଟି ଚୌକା ମାରିଥିଲେ। ବିରାଟ କୋହଲି ମଧ୍ୟ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ୪୪ ବଲରୁ ୫୯ ରନ୍‌ରେ ଅପରାଜିତ ରହିଥିଲେ। ବିରାଟ ତାଙ୍କ ଇନିଂସରେ ୪ ଚୌକା ଓ ଗୋଟିଏ ଛକା ମାରିଥିଲେ।
ପ୍ରଥମ ମ୍ୟାଚରେ ଭାରତ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରିଥିଲା। ଆଫଗାନିସ୍ତାନ ସୁପର-୪ ପାଇଁ ଯୋଗ୍ୟତା ଅର୍ଜନ କରିଥିବାବେଳେ ଭାରତ ଏକମାତ୍ର ମ୍ୟାଚ ଜିତିଛି। ପାକିସ୍ତାନ, ବାଂଲାଦେଶ ଏବଂ ଶ୍ରୀଲଙ୍କାର ବିଜୟ ଖାତା ଖୋଲିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri