ବୃଦ୍ଧାଶ୍ରମ ଅନ୍ତେବାସୀଙ୍କ ସହିତ ନିଆରା ଢଙ୍ଗରେ ନୂଆଁଖାଇ ପାଳନ

ସୁନ୍ଦରଗଡ଼,୧।୯(ଡି.ଏନ୍‌.ଏ.): ନିଜର ନିଆରା କାର୍ଯ୍ୟକ୍ରମ ଦ୍ବାରା ସର୍ବଦା ଚର୍ଚ୍ଚାରେ ରହିଆସିଥିବା ଟିମ୍‌ ଶ୍ମଶାନ ବନ୍ଧୁର ସଦସ୍ୟମାନେ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଟିମ୍‌ ଶ୍ମଶାନ ବନ୍ଧୁର ସଦସ୍ୟମାନେ ଗୁରୁବାର ସୁନ୍ଦରଗଡ଼ର ଲୁହୁରାଢିପା, ହାଉସିଂ ବୋର୍ଡ କଲୋନୀରେ ଥିବା ବୃଦ୍ଧାଶ୍ରମଠାରେ ଅନ୍ତେବାସୀଙ୍କ ସହିତ ନିଆରା ଢଙ୍ଗରେ କୃଷି ଭିତ୍ତିକ ନୂଆଁଖାଇ ପାଳନ କରି ପ୍ରଶଂସାର ପାତ୍ର ହୋଇଛନ୍ତି। ଏହି ଅବସରରେ ସମସ୍ତ ଅନ୍ତେବାସୀଙ୍କ ପାଇଁ ସେମାନେ ନୂତନ ବସ୍ତ୍ରର ଆୟୋଜନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ ଅତିରିକ୍ତ ଜିଲାପାଳ ଅଭିମନ୍ୟୁ ବେହେରା, ସୁନ୍ଦରଗଡ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସରୋଜ ମିଶ୍ର ଓ ଅତିରିକ୍ତ ଜିଲା ଚିକିତ୍ସା ଅଧିକାରୀ ଡାକ୍ତର ପୁର୍ଣ୍ଣଚନ୍ଦ୍ର ସାହୁ ପ୍ରମୁଖ ସାମିଲ ହୋଇ ଅନ୍ତେବାସୀଙ୍କୁ ନୂତନ ବସ୍ତ୍ର ପ୍ରଦାନ କରିଥିଲେ। ଏଥିସହ ସେମାନେ ଅନ୍ତେବାସୀଙ୍କ ସହିତ ବସି ନୂଆ ଖାଇଥିଲେ। ଏହି ଅବସରରେ ଭଳିକି ଭଳି ପିଠା ପଣା, ମିଷ୍ଟାନ୍ନ ଓ ସୁସ୍ବାଦୁ ଭୋଜନର ଆୟୋଜନ କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri