ଭୁବନେଶ୍ୱରରୁ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କୋକେନ୍‌ ଜବତ ଘଟଣା:ମୁଖ୍ୟ ଅଭିଯୁକ୍ତ ଉତ୍ତରପ୍ରଦେଶରୁ ଗିରଫ

ଭୁବନେଶ୍ୱର,୨।୯(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଭୁବନେଶ୍ୱରରୁ ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଦୁଇ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ୨୦୨ଗ୍ରାମର ‘କୋକେନ’ ଜବତ କରିଥିଲା। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ ଗୁଲ୍‌ବେସ୍‌ ଖାନ୍‌ ଓରଫ ଏସ୍‌କେ ହଜ୍‌ରତ୍‌ ବୁଧବାର ଉତ୍ତରପ୍ରଦେଶ ଗାଜିଆବାଦ୍‌ ସହରରୁ ଏସ୍‌ଟିଏଫ୍‌ ହାତରେ ଧରାପଡ଼ିଛନ୍ତି। ତାଙ୍କ ଘର ହେଲା ଉତ୍ତରପ୍ରଦେଶ ବରେଲି ଜିଲା ସିସଗଡ଼ ଥାନା ଅନ୍ତର୍ଗତ ଧର୍ମପୁରା ଗ୍ରାମରେ। ଏସ୍‌ଟିଏଫ୍‌ ସ୍ଥାନୀୟ ପୋଲିସ ସହାୟତାରେ ଅଭିଯୁକ୍ତ ହଜ୍‌ରତ୍‌ଙ୍କୁ ଗିରଫ କରିବା ପରେ ତାଙ୍କୁ ଗାଜିଆବାଦ୍‌ସ୍ଥିତ ଅତିରିକ୍ତ ସିଭିଲ୍‌ ଜଜ୍‌ କୋର୍ଟରେ ହାଜର କରିଥିଲା। ସେଠାରୁ ଟ୍ରାଞ୍ଜିଟ୍‌ ରିମାଣ୍ଡରେ ନେବାକୁ ଅନୁମତି ମିଳିବା ପରେ ଏସ୍‌ଟିଏଫ୍‌ ହଜ୍‌ରତ୍‌ଙ୍କୁ ଓଡ଼ିଶା ଆଣୁଛି। ଶୁକ୍ରବାର ତାଙ୍କୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯିବ ବୋଲି ଏସ୍‌ଟିଏଫ୍‌ ପକ୍ଷରୁ କୁହାଯାଇଛି। କୋର୍ଟ ଚାଲାଣ ପରେ ହଜ୍‌ରତ୍‌ଙ୍କୁ ରିମାଣ୍ଡରେ ଆଣି ଏହି ମାମଲାରେ ଅଧିକ ତଥ୍ୟ ହାସଲ କରିବାକୁ ଏସ୍‌ଟିଏଫ୍‌ ଯୋଜନା କରୁଥିବା ଜଣାପଡ଼ିଛି। ଏହି ମାମଲାରେ ଅଭିଯୁକ୍ତ ରବି ସିଂ ଓ ସନ୍ନି କୁମାର ପୂର୍ବରୁ ଗିରଫ ହୋଇଥିଲେ।
ସୂଚନା ଅନୁଯାୟୀ, ରବି ରାଜସ୍ଥାନରେ ରହୁଥିବାବେଳେ ସନ୍ନି ଭୁବନେଶ୍ୱର ସାଲିଆସାହିର ତାରିଣୀ ବସ୍ତିରେ ରହି ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଅସ୍ଥାୟୀ ଚୁଡ଼ି ଓ କସ୍‌ମେଟିକ୍ସ ଦୋକାନ କରିଥିଲେ। କୋକେନ୍‌ ବିକ୍ରି କରିବାକୁ ଅଭିଯୁକ୍ତଦ୍ୱୟ ପୂର୍ବରୁ ଓଡ଼ିଶାରେ ଥିବା ଜଣେ ନିଶା ଡିଲରଙ୍କ ସହ କଥା ହୋଇଥିଲେ। ଏ ସମ୍ପର୍କରେ ଖବର ପାଇବା ପରେ ଏସ୍‌ଟିଏଫ୍‌ ପକ୍ଷରୁ ୨ଟି ଟିମ୍‌ ଗଠନ କରାଯାଇ ସେମାନଙ୍କୁ ଧରିବାକୁ ଜାଲ ବିଛାଯାଇଥିଲା। ଏପ୍ରିଲ ୧୨ରେ ଦିନତମାମ୍‌ ଏସ୍‌ଟିଏଫ୍‌ ଟିମ୍‌ ସେମାନଙ୍କ ପିଛା କରିଥିଲା। ସନ୍ଧ୍ୟାରେ ଅଭିଯୁକ୍ତଦ୍ୱୟ ଜାଭିୟର ଛକ ନିକଟରେ ଛିଡ଼ା ହୋଇ ଓଡ଼ିଶାର ଡିଲରଙ୍କୁ ଅପେକ୍ଷା କରିଥିଲେ। ସେହି ସମୟରେ ଏସ୍‌ଟିଏଫ୍‌ ଟିମ୍‌ ଚଢ଼ାଉ କରି ଉଭୟଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ କୋକେନ୍‌ ଜବତ କରିଥିଲା। ଉକ୍ତ ଘଟଣାରେ ଏକ ମାମଲା (ନଂ.୯/୨୦୨୨) ରୁଜୁ କରାଯାଇ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ପରେ ଉଭୟଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ଜେରା କରିବା ପରେ ଏସ୍‌ଟିଏଫ୍‌ ହଜ୍‌ରତ୍‌ଙ୍କ ସମ୍ପର୍କରେ ଜାଣିବାକୁ ପାଇଥିଲା। ଉଭୟଙ୍କଠୁ ହଜ୍‌ରତ୍‌ଙ୍କ ଠିକଣା ଆଣି ଉତ୍ତରପ୍ରଦେଶ ପୋଲିସ ସହ ଏସ୍‌ଟିଏଫ୍‌ ଯୋଗାଯୋଗରେ ଥିଲା। ବୁଧବାର ଦିନବେଳା ଗାଜିଆବାଦ୍‌ ସହରର ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଏସ୍‌ଟିଏଫ୍‌ ଚଢ଼ାଉ କରି ହଜ୍‌୍‌ରତ୍‌ଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri