Posted inଜାତୀୟ

ପରପାରିରେ ଶିଲା ଦୀକ୍ଷିତ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶିଲା ଦୀକ୍ଷିତଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଶନିବାର ଦିଲ୍ଲୀରେ ତାଙ୍କର ପରଲୋକ ହୋଇଛି। ଅସ୍ବାଭାବିକ ହୃଦ୍‌ସ୍ପନ୍ଦନ ଯୋଗୁ ତାଙ୍କୁ ଦିଲ୍ଲୀସ୍ଥିତ ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଅପରାହ୍ନ ୩ଟା ୧୫ରେ ତାଙ୍କର ଏକ ଷ୍ଟ୍ରୋକ୍‌ ହେବା ସହ ୩ଟା ୫୫ରେ ପରଲୋକ ହୋଇଥିଲା ବୋଲି ଫୋର୍ଟିସ୍‌ ଏସକର୍ଟସ୍‌ ହାର୍ଟ ଇନଷ୍ଟୁଚ୍ୟୁଟର ନିର୍ଦ୍ଦେଶକ ଡା. ଅଶୋକ ସେଠ ପ୍ରକାଶ କରିଛନ୍ତି। ସେ ଦିଲ୍ଲୀ ପ୍ରଦେଶ କଂଗ୍ରେସ କମିଟିର ସଭାପତି ଥିବା ବେଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ସର୍ବାଧିକ ୧୫ ବର୍ଷ କାଳ ଶାସନ କ୍ଷମତା ହାତେଇଥିଲେ। ୨୦୧୪ରେ ୫ ମାସପାଇଁ ସେ କେରଳର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri