ଦିଲ୍ଲୀ ଗଲେ ଯୁବ-ଛାତ୍ର ବିଜେଡି କର୍ମକର୍ତ୍ତା

ଭୁବନେଶ୍ବର,୩ା୯(ବ୍ୟୁରୋ): କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ଏହି ସମ୍ବର୍ଦ୍ଧନା ଉତ୍ସବରେ ସାମିଲ ହେବା ପାଇଁ ବିଜେଡି ବିଧାୟକ, ନେତା ଦିଲ୍ଲୀ ଗସ୍ତ କରିଛନ୍ତି। ଏଥିସହ ଯୁବ ଓ ଛାତ୍ର ବିଜେଡି କର୍ମକର୍ତ୍ତା ଶୁକ୍ରବାର ଦିଲ୍ଲୀ ଯାଇଛନ୍ତି। ଯୁବ ଓ ଛାତ୍ର ବିଜେଡି ଜିଲା ସଭାପତିଙ୍କ ସହ ରାଜ୍ୟ କର୍ମକର୍ତ୍ତା ଏହି ଉତ୍ସବରେ ଯୋଗଦେବେ। ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ପାଇଁ ବିଜେଡି ଦିଲ୍ଲୀରୁ ଓଡ଼ିଶା ପର୍ଯ୍ୟନ୍ତ ବଡ଼ ପ୍ରସ୍ତୁତି କରୁଛି। ଦିଲ୍ଲୀରେ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଅଶୋକ ଚନ୍ଦ୍ର ପଣ୍ଡା, ବିଜେଡି ବିଧାୟକ ଦେବୀପ୍ରସାଦ ମିଶ୍ର ସମ୍ବର୍ଦ୍ଧନା ଉତ୍ସବ ପୂର୍ବରୁ ପ୍ରସ୍ତୁତି ବେଠକ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ମାନିତ ହୋଇ ୬ ତାରିଖରେ ଓଡ଼ିଶା ଫେରିବେ। ସେହିଦିନ ଭୁବନେଶ୍ବର ବିମାନବନ୍ଦରରୁ ନବୀନ ନିବାସ ଯାଏଁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ବିଜେଡିର ଛାତ୍ର, ଯୁବ ଓ ମହିଳା ସଂଗଠନ ଅଣ୍ଟା ଭିଡ଼ିଛନ୍ତି। ବିରାଟ ପଟୁଆରରେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯିବ। ବିଭିନ୍ନ ନିର୍ବାଚନ ମଣ୍ଡଳୀରୁ ଶତାଧିକ ଲୋକ ଭୁବନେଶ୍ବର ଆସିବାର କାର୍ଯ୍ୟକ୍ରମ ରହିଥିବାରୁ ଏହାକୁ ସଫଳ କରିବା ପାଇଁ ବିଧାୟକମାନେ ଅଣ୍ଟା ଭିଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟ ଶାସନ ସଚିବ: କହିଲେ ରାଜ୍ୟ ପାଇଁ ଜଗନ୍ନାଥଙ୍କ ନିକଟରେ…

ଭୁବନେଶ୍ୱର,୧ା୧: କାର୍ଯ୍ୟ ଆରମ୍ଭ କରିଛନ୍ତି ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଲୋକସେବା ଭବନରେ ପ୍ରଥମ ପ୍ରତିକ୍ରିୟାରେ ସେ ସମଗ୍ର ଓଡ଼ିଶାବାସୀଙ୍କୁ...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri