ଅଯୋଧ୍ୟାରେ ୭.୯ କୋଟି ଟଙ୍କାରେ ନିର୍ମାଣ ହେଉଛି ଲତାମଙ୍ଗେସକର ଚୌକ, ଲାଗିବ ୧୦.୮ ମିଟର ଲମ୍ବର ବୀଣା

ଅଯୋଧ୍ୟା,୩ ।୯: ଭଗବାନ ରାମଙ୍କ ନଗରୀ ଅଯୋଧ୍ୟା କିଛି ବର୍ଷ ହେବ ଉତ୍ତର ପ୍ରଦେଶ ଓ ଦେଶର ରାଜନୀତିରେ ଚର୍ଚ୍ଚାର କେନ୍ଦ୍ର ହୋଇ ରହିଛି । ଏଠାରେ ବହୁ ବିକାଶ ମୂଳକ କାର୍ଯ୍ୟ ବି ଅନ୍ୟ ରାଜ୍ୟ ପାଇଁ ଉଦାହରଣ ସୃଷ୍ଟି କରିଛି । ଏବେ ଅଯୋଧ୍ୟାରେ ସ୍ୱର କୋକିଳା ଲତା ମଙ୍ଗେସକରଙ୍କ ସ୍ମୃତିରେ ଏକ ଚୌକ ବା ଛକ ନିର୍ମାଣ କରାଯାଇଛି । ଏହାର ନିର୍ମାଣ କାର୍ଯ୍ୟ ୧୫ ସେପ୍ଟେମ୍ବର ସୁଦ୍ଧା ଶେଷ କରିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି ।
ସୂଚନାଯୋଗ୍ୟ, ଲତା ମଙ୍ଗେସକରଙ୍କ ପରଲୋକ ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ଲତାଙ୍କ ନାମରେ ଚୌକ ନିର୍ମାଣ କରିବାକୁ ଘୋଷଣା କରିଥିଲେ । ଅଯୋଧ୍ୟା ବିକାଶ ପ୍ରାଧିକରଣ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ନୟା ଘାଟ ଅଞ୍ଚଳରେ ସୁର ସାମ୍ରାଜ୍ଞି ଲତା ମଙ୍ଗେସକର ଚୌକ ନିର୍ମାଣ କରାଯାଉଛି ଯେଉଁଠାରେ ଏକ ବୀଣା ଲାଗିବ । ଏହି ବୀଣାର ଡିଜାଇନ ବିଶ୍ୱ ପ୍ରସିଦ୍ଧ ମୂର୍ତ୍ତିକାର ଓ ପଦ୍ମ ପୁରସ୍କାର ବିଜେତା ରାମବି ସୁତାର ପ୍ରସ୍ତୁତ କରୁଛନ୍ତି । ଏହି ବୀଣାର ଲମ୍ବ ୧୦.୮ ମିଟର ଓ ଉଚ୍ଚତା ୧୨ ମିଟର ହେବ ବୋଲି କୁହାଯାଉଛି । ସ୍ମୃତି ସ୍ଥଳର ନିର୍ମାଣ ଭବିଷ୍ୟତରେ ରାସ୍ତାର ପ୍ରସସ୍ତିକରଣକୁ ନଜରରେ ରଖି କରାଯାଇଛି । ଏହି ଚୌକ ନିର୍ମାଣରେ ପ୍ରାୟ ୭କୋଟି ୯୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ଅନୁମାନ କରାଯାଇଛି । ଅଗଷ୍ଟ ୧୦ରୁ ଆରମ୍ଭ କରାଯାଇଥିବା ଏହି କାର୍ଯ୍ୟ ୧୫ ସେପ୍ଟେମ୍ବର ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri