ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଗଲେ…

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ ମାତୃ ସ୍ବାସ୍ଥ୍ୟକେନ୍ଦ୍ରର ଶନିବାର ମଧ୍ୟାହ୍ନରେ ୩ ମହଲା ଛାତରୁ ପ୍ଲାଷ୍ଟର ଖସିିଛି। ଏହି ବିଲ୍ଡିଂର ୩ ମହଲାରେ ପ୍ରସୂତି ବିଭାଗର ବାରଣ୍ଡାରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟାହ୍ନରେ ଖାଇବା ସମୟରେ ଛାତରୁ ବଡ଼ ବଡ଼ ପ୍ଲାଷ୍ଟର ଖଣ୍ଡ ଖସିଥିଲା। ଏହି ଦୁର୍ଘଟଣାରେ ଖାଉଥିବା ୭ରୁ ଊର୍ଦ୍ଧ୍ୱ ରୋଗୀଙ୍କ ସମ୍ପର୍କୀୟମାନେ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏଭଳି ଘଟଣାକୁ ନେଇ ରୋଗୀ, ସେମାନଙ୍କ ସମ୍ପର୍କୀୟ ଓ ସାଧାରଣରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି। ପ୍ରାୟ ଦୁଇ ବର୍ଷ ଧରି ଏହି ଅତ୍ୟାଧୁନିକ ବିଲ୍ଡିଂରୁ ନିୟମିତ ବ୍ୟବଧାନରେ ଛାତରୁ ପ୍ଲାଷ୍ଟର ଖଣ୍ଡ ଖସୁଥିବାର ନଜିର ରହିଆସିଛି। ଏଭଳି ପରିସ୍ଥିତିରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ପାଇଁ ସବୁ ସମୟରେ ବିପଦ ଦେଖାଦେଇଛି। କୋଟି କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଥିବା ଏହି ବିଲ୍ଡିଂ ରେ ଦେଖାଦେଇଥିବା ସମସ୍ୟା ଦିଗରେ କର୍ତ୍ତୃପକ୍ଷ ନୀରବ ରହିବା ପରିତାପର ବିଷୟ ସାଜିଛି। କେତେବେଳେ ଏଠାରେ ଲିଫ୍ଟ କାମ କରୁନାହିଁ ତ କେତେବେଳେ ଏଠାରେ ଅଳିଆ ଆବର୍ଜନାମୟ ପରିବେଶ ସୃଷ୍ଟି ହେଉଛି। ପ୍ରାୟ ସମୟରେ କିଛି ନା କିଛି ଘଟଣାକ୍ରମକୁ ନେଇ ସମ୍ପୃକ୍ତ ବିଲ୍ଡିଂ ଚର୍ଚ୍ଚାରେ ରହିଆସୁଛି। ରୋଗୀ ସେବା କ୍ଷେତ୍ରରେ ସରକାରୀ ସ୍ତରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଉଥିବା ବେଳେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ମାତୃ ଓ ଶିଶୁ ରୋଗ ସ୍ବାସ୍ଥ୍ୟକେନ୍ଦ୍ରର ଏଭଳି ଅବ୍ୟବସ୍ଥାକୁ ତୃଣମୂଳ ସ୍ତରର ଅଧିକାରୀମାନଙ୍କୁ ସାଧାରଣରେ ଦାୟୀ କରାଯାଇଛି। ସମ୍ପୃକ୍ତ ବିଲ୍ଡିଂ ନିର୍ମାଣ ଦାୟିତ୍ୱ ନିର୍ବାହ କରିଥିବା ବିଭାଗକୁ ସିଧାସଳଖ ଦାୟୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri