୨୩ରୁ ଗଞ୍ଜାମ ଜିଲାରେ ବୁଲିବ ଅହିଂସା ରଥ

ଛତ୍ରପୁର, ୪।୯(ଡି.ଏନ.ଏ):  ଚଳିତ ମାସ ୨୩ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଅହିଂସା ରଥ ପରିଭ୍ରମଣ କରିବ। ତେଣୁ ଏହି ରଥକୁ କିଭଳି ସ୍ବାଗତ କରାଯିବ ସେନେଇ ଶନିବାର ଓସ୍ବାନ ହଲଠାରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ୨୩ ତାରିଖ ଦିନ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ତପ୍ତପାଣି ଠାରେ ମହା ସମାରୋହରେ ରଥ ଦୁଇଟିକୁ ସ୍ବାଗତ କରାଯିବ । ଜାତୀୟତା ଭାବ ଜାଗ୍ରତ ନିମନ୍ତେ ଉଦ୍ଦିଷ୍ଟ ଏହି ରଥ ପରିଭ୍ରମଣ ସମୟରେ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ସମସ୍ତଙ୍କୁ ସ୍ବାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଗାନ୍ଧିଜୀଙ୍କ ଗଞ୍ଜାମ ଜିଲାର ଯେଉଁ ଯେଉଁ ସ୍ଥାନରେ ସଭାକାର୍ଯ୍ୟ କରିଥିଲେ ସେହି ଅଞ୍ଚଳ ଗସ୍ତ କରିବାର କର୍ଯ୍ୟକ୍ରମ ରହିଛି ବୋଲି ଅବଗତ କରାଇଥିଲେ। ପ୍ରସ୍ତୁତି ବୈଠକରେ ଜିଲା ସହର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସଚ୍ଚିଦାନନ୍ଦ ନାୟକ କାର୍ଯ୍ୟସୂଚୀର ପୁଙ୍ଖାନୁପୁଙ୍ଖ ବିବରଣୀ ଉପସ୍ଥାପନ କରିଥିଲେ। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ତଥା ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଗତ ଅଗଷ୍ଟ ୧୫ରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସରେ ଦୁଇଟି ଅହିଂସା ରଥ ଶୁଭାରମ୍ଭ କରିଥିଲେ। ଗୋଟିଏ ରଥ ଦିଗପହଣ୍ଡି, ଶେରଗଡ, ହିଞ୍ଜିଳି, ଆସ୍କା, ଧରାକୋଟ, ଭଞ୍ଜନଗର, ବେଲଗୁଣ୍ଠା, ବୁଗୁଡା, ପୋଲସରା, କବିସୂର୍ଯ୍ୟନଗର, ବେଗୁନିଆପଡା, ଖଲ୍ଲିକୋଟ ପରିଭ୍ରମଣ କରିବ । ଦ୍ୱିତୀୟ ରଥଟି ଚିକିଟି, ପାତ୍ରପୁର, ବ୍ରହ୍ମପୁର ମହାନଗର ନିଗମ, କୁକୁଡାଖଣ୍ଡି, ରଙ୍ଗେଇଲୁଣ୍ଡା,ଗୋପାଳପୁର, ପୁରୁଷୋତ୍ତମପୁର, ଛତ୍ରପୁର, ଗଞ୍ଜାମ, ରମ୍ଭା ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି। ଅହିଂସା ରଥକୁ ୨୪ ତାରିଖରେ ବ୍ରହ୍ମପୁର ମ୍ୟୁନିସପାଲ କର୍ପୋରେସନ ପକ୍ଷରୁ ସ୍ବାଗତ କରାଯିବା ସହ ବ୍ରହ୍ମପୁରର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଭ୍ରମଣ କରିବ। ଗୋପାଳପୁର, ବ୍ରହ୍ମପୁର, ଭଞ୍ଜନଗର, ଛତ୍ରପୁରଠାରେ ମେଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବ୍ଲକ ହେଡକ୍ବାର୍ଟରମାନଙ୍କରେ ସ୍ବାଗତ ନିମନ୍ତେ ବିଡିଓ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀମାନେ ମାଇକ୍ରୋପ୍ଲାନ କରି କାର୍ଯ୍ୟପନ୍ଥା ସ୍ଥିର କରିବାକୁ ଜିଲାପାଳ ପରାମର୍ଶ ଦେଇଥିଲେ। ୨୮ରେ ଅହିଂସା ରଥ ଖୋର୍ଦ୍ଧା ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଅହିଂସା ରଥ ପରିଭ୍ରମଣ ଯେପରି ସଫଳ ହେବ ସେଥିନିମନ୍ତେ ସମସ୍ତ ଅଧିକାରୀ, କର୍ମଚାରୀଙ୍କ ସହଯୋଗ ଏକାନ୍ତ କାମ୍ୟ ବୋଲି ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତିଭାସନ ଜଣାଇଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ, ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ର, ଉପ ଆରକ୍ଷୀ ଅଧୀକ୍ଷକ ଅଜୟ କୁମାର ମିଶ୍ର, ଡେପୁଟି କଲେକ୍ଟର ତଥା ଭାରପ୍ରାପ୍ତ ଜିଲା କ୍ରିଡା ଅଧିକାରୀ ସୁକାନ୍ତ ଚନ୍ଦ୍ର ମିଶ୍ର, ଆଞ୍ଚଳିକ ପରିବହନ ଅଧିକାରୀ ମାନସ ରଞ୍ଜନ ସାହୁ, ଜିଲା ସଂସ୍କୃତି ଅଧିକାରୀ ଜିତେନ କୁମାର ପରିଡା, ଜିଲା ମଙ୍ଗଳ ଅଧିକାରୀ ପରିକ୍ଷିତ ଦାସ, ଜିଲା ସ୍ବଳ୍ପ ସଞ୍ଚୟ ଅଧିକାରୀ ହରିଚରଣ ମିଶ୍ର, ଜିଲା ସମାଜ ମଙ୍ଗଳ ଅଧିକାରୀ ଶୁଭଶ୍ରୀ ପାତ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ କଲ୍ୟାଣୀ ଦାଶ ଏବଂ ଭଞ୍ଜନଗର ଉପଜିଲାପାଳ ଯଯାତି ଶଙ୍କର ରାୟ, ସମସ୍ତ ବିଡିଓ, ତହସିଲଦାର, କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri