Posted inଜାତୀୟ

ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁରେ ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୯: ମୁମ୍ବାଇ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣାରେ ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ଦେଶର ବଡ ଶିଳ୍ପପତିମାନଙ୍କ ମଧ୍ୟରେ ସାଇରସ ଥିଲେ ଅନ୍ୟତମ। ତାଙ୍କର ହଠାତ୍‌ ମୃତ୍ୟୁ ଖବର ଶୁଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏହି ଘଟଣାରେ ଦୁଃଖ ପ୍ରକାଶ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ସାଇରସ ମିସ୍ତ୍ରୀଙ୍କ ଅକାଳ ବିୟୋଗ ଆଶ୍ଚର୍ଯ୍ୟଜନକ। ସେ ଜଣେ ପ୍ରତିଷ୍ଠିତ ବ୍ୟବସାୟୀ, ଯିଏ ଭାରତର ଆର୍ଥିକ ଶକ୍ତି ଉପରେ ବିଶ୍ୱାସ କରୁଥିଲେ। ତାଙ୍କ ମୃତ୍ୟୁ ବାଣିଜ୍ୟ ଏବଂ ଶିଳ୍ପ ପାଇଁ ଏକ ବଡ଼ କ୍ଷତି। ତାଙ୍କ ପରିବାର ଏବଂ ବନ୍ଧୁମାନଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରୁଛି।
ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ମଧ୍ୟ ଏହି ଦୁର୍ଘଟଣା ଖବର ପାଇଁ ଚକିତ ହୋଇପଡିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଏହି ଖବର ହଜମ କରିବା କଷ୍ଟକର। ଟାଟା ସନ୍ସର ମୁଖ୍ୟ ଭାବରେ ତାଙ୍କର ସଂକ୍ଷିପ୍ତ କାର୍ଯ୍ୟ ସମୟରେ ମୁଁ ସାଇରସଙ୍କୁ ଭଲଭାବେ ଜାଣିଥିଲି। ସେ ଜଣେ ଭଲ ବ୍ୟକ୍ତି। ଓମ୍‌ ଶାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri