୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ

ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ୬ ତାରିଖରୁ ପ୍ରବଳ ବର୍ଷା ହେବ ଓ ତାତିରୁ ଆଶ୍ୱସ୍ତି ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
କେନ୍ଦ୍ରର ସୂଚନାନୁସାରେ, ଦୁଇ ସପ୍ତାହରେ ଦୁଇଟି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାର ପ୍ରଭାବରେ ରବିବାରଠାରୁ କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ୫୬.୮ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ରେ ୨୧, ହୀରକୁଦରେ ୧୬.୮ ମିମି ବର୍ଷା ହୋଇଛି। ଏହାଛଡ଼ା ଭବାନୀପାଟଣା, ବଲାଙ୍ଗୀର, ଦାରିଙ୍ଗବାଡ଼ି, ନୟାଗଡ଼, ଯାଜପୁର ଓ ଢେଙ୍କାନାଳରେ ମଧ୍ୟ ବର୍ଷା ହୋଇଛି। ସୋମବାର ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିଭଳି ମଙ୍ଗଳବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବୁଧବାର ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଏବଂ ଗୁରୁବାର ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବ। ଏଥିପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ସେପଟେ ବାତ୍ୟାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ କହିଛନ୍ତି, ବାତ୍ୟା ନେଇ କୌଣସି ସୂଚନା ନାହିଁ। ଏ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ କୌଣସି ସୂଚନା ଜାରି କରିନାହିଁ। ତେବେ ୮ ତାରିଖ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ତେବେ ମୌସୁମୀ ସକ୍ରିୟ ଥିବାବେଳେ ବାତ୍ୟା କେବେ ଆସେ ନାହିଁ। ମୌସୁମୀର ନିମ୍ନଚାପ ରେଖା ଉତ୍ତରରେ ରହୁଛି। ଫଳରେ ପାରଦ ୩ରୁ ୪ ଡିଗ୍ରୀ ଅଧିକ ରହୁଛି। ଫଳରେ ଏବେ ଗୁଳୁଗୁଳି ଲାଗି ରହିଛି। ଏଭଳି ସ୍ଥିତି ଆହୁରି ୨ଦିନ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସୋମବାରଠାରୁ ବର୍ଷା ହେବା ସହ ୬ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ପ୍ରଥମ ସପ୍ତାହ ଶେଷ ବେଳକୁ ଗୋଟିଏ ଘୂର୍ଣ୍ଣିବଳୟ ଏବଂ ୯ରୁ ୧୫ ତାରିଖ ମଧ୍ୟରେ ଆଉଏକ ଘୂର୍ଣ୍ଣିବଳୟ ଆସିବ। ଫଳରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସାଇକେଲ ରଖି ନଦୀକୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ଅଠରବାଙ୍କି ଓଭରବ୍ରିଜ୍‌ ଉପରୁ ବୁଧବାର ଖରାବେଳେ ଜଣେ ଦଶମ ଶ୍ରେଣୀ ଛାତ୍ର ନାହିଁ କାଉଡ଼ିଆ ନଦୀରେ ପଡ଼ି ଯାଇ...

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri