ପାକିସ୍ତାନ ବନ୍ୟାରେ ୧୩ଶହରୁ ଅଧିକ ମୃତ, ମାହାମାରୀ ବ୍ୟାପିବା ଆଶଙ୍କା, ୧୨.୫ ଅରବ ଡଲାର କ୍ଷତି

ଇସଲାମାବାଦ,୫ ।୯: ପଡୋଶୀ ଦେଶ ପାକିସ୍ତାନରେ ଏବେ ଲୋକେ ତ୍ରାହି ତ୍ରାହି ଡାକୁଛନ୍ତି । ବର୍ଷା ଓ ବନ୍ୟା ଏବେ ସାଧାରଣ ଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । ବନ୍ୟାରେ ଏବେ ପର୍ଯ୍ୟନ୍ତ ୧୩୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ବନ୍ୟା ଫଳରେ ଏବେ ସେଠାରେ ମାହମାରୀ ବ୍ୟାପିବାର ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଅଧିକାରୀମାନେ ଏହାକୁ ରୋକିବାକୁ ସମସ୍ତ ପ୍ରକାର ପ୍ରୟାସ ଆରମ୍ଭ କରି ଦେଇଛନ୍ତି । ଏହାସହ ବନ୍ୟା ପାକିସ୍ତାନର ଆର୍ଥିକ ମେରୁଦଣ୍ଡକୁ ସମ୍ପୂର୍ଣ୍ଣ ରୂପେ ଦୋହଲାଇ ଯାଇଛି । ଚଳିତ ବର୍ଷ ବନ୍ୟାରେ ପାକିସ୍ତାନରେ ୧୨.୫ ଅରବ ଡଲାରର କ୍ଷତି ହୋଇଥିବା ଅନୁମାନ କରାଯାଉଛି ।
ପାକିସ୍ତାନରେ ଆସିଥିବା ପ୍ରଳୟଙ୍କରୀ ବନ୍ୟା ଯୋଗୁ ହଜାର ହଜାର ଲୋକ ଏବେ ରିଲିଫ ଶିବିରରେ ଆଶ୍ରୟ ନେଇଛନ୍ତି । ପାକସ୍ତାନର ସ୍ଥିତି ଏମିତି ହୋଇଛି ଯେ ଦେଶର ଏକ ତୃତିୟାଂଶ ବନ୍ୟାର କରାଳ କବଳରେ ଫସି ଯାଇଛି । ଏବେ ବନ୍ୟା ପୀଡ଼ତଙ୍କୁ ସାହାଯ୍ୟ କରିବା ଓ ସେମାନଙ୍କ ଆବଶ୍ୟକତାକୁ ପୂରଣ କରିବା ସରକାରଙ୍କ ପାଇଁ ବଡ ଚ୍ୟାଲେଞ୍ଜ ପାଲଟି ଯାଇଛି । ସିନ୍ଧ ଅଞ୍ଚଳ ବନ୍ୟାରେ ଅଧିକ କ୍ଷତିଗ୍ରସ୍ତ ହୋଇଛି । ଲୋକଙ୍କ ନିକଟରେ ଖାଦ୍ୟ ପାନୀୟ ସଙ୍କଟ ଉତ୍କଟ ହୋଇ ଯାଇଛି । ଏଥିପାଇଁ ସରକାର ଅନ୍ତର୍ଜାତୀୟ ସହାୟତା ଲୋଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱରୁ କରୋନା ଭ୍ୟାକ୍ସିନ ପ୍ରତ୍ୟାହାର କଲା ଆଷ୍ଟ୍ରାଜେନେକା

ଲଣ୍ଡନ,୮।୫: ବ୍ରିଟିଶ ଫାର୍ମାସ୍ୟୁଟିକାଲ କମ୍ପାନୀ ଆଷ୍ଟ୍ରାଜେନେକା କରୋନା ଭ୍ୟାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟାକୁ ନେଇ ସାରା ବିଶ୍ୱରେ ଉତ୍ତେଜନା ପ୍ରକାଶ ପାଇବା ପରେ କମ୍ପାନୀ ଏହାର କରୋନା...

ହସ୍ପିଟାଲ ବେଡ୍‌ରେ ସ୍ତ୍ରୀଙ୍କ ଗଳାଚିପି ଦେଲେ ସ୍ବାମୀ: ଜାଣନ୍ତୁ ପଛରେ ରହିଛି କ’ଣ କାରଣ

ଓ୍ବାଶିଂଟନ,୮ା୫:ଆମେରିକାର ମିସୌରୀ ରାଜ୍ୟର କାନ୍‌ସାସ ସିଟିରେ ଜଣେ ୭୫ ବର୍ଷୀୟ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ମେଡିକାଲ ବିଲ୍‌ ପୈଠ କରି ନ ପାରି ହସ୍ପିଟାଲ ବେଡ୍‌ରେ...

୫ମ ଥର ରାଷ୍ଟ୍ରପତି ଭାବେ ଶପଥ ନେଲେ ପୁଟିନ୍‌

ମସ୍କୋ,୮ା୫:ଭ୍ଲାଡିମିର୍‌ ପୁଟିନ୍‌ ରେକର୍ଡ ୫ମ ଥର ପାଇଁ ରୁଷିଆ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ୟୁକ୍ରେନ୍‌ ବିରୋଧରେ ଯୁଦ୍ଧ ଚଳାଇବା ସହ ନିଜର ରାଜନୈତିକ...

ନାଟୋକୁ ପୁଟିନଙ୍କ ଚେତାବନୀ- ଆମ ଉପରେ ଚାପ ପକାଇଲେ ବିନାଶ ଦେଖିବ…

ମସ୍କୋ,୭।୫: ରୁଷିଆ ରାଷ୍ଟ୍ରପତି ଭାବେ ୫ ଥର ଲାଗି ଭ୍ଲାଡିମିର ପୁଟିନ ଶପଥ ନେବା ସହ ନିଜର ଉଦ୍ଦେଶ୍ୟ ସ୍ପଷ୍ଟ କରିଛନ୍ତି। ନିଜର ପ୍ରଥମ ସମ୍ବୋଧନରେ...

ହସ୍ପିଟାଲରେ ଛୁରାମାଡ ୨ ମୃତ, ୨୧ ଆହତ

ୟୁନାନ,୭।୫: ମଙ୍ଗଳବାର ଚାଇନାର ଦକ୍ଷିଣ-ପଶ୍ଚିମ ପ୍ରଦେଶର ୟୂନାନ ଡାକ୍ତରଖାନାରେ ଛୁରୀ ଆକ୍ରମଣରେ ଅତି କମରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ...

ଗାଜା ଯୁଦ୍ଧ କଭରେଜ ପାଇଁ ନ୍ୟୁୟର୍କ ଟାଇମ୍ସ, ରଏଟର୍ସକୁ ମିଳିଲା ପୁଲିତଜର ଆଓ୍ବାର୍ଡ

ନ୍ୟୁୟର୍କ,୭।୫: ସୋମବାରର ପୁଲିତଜର ପୁରସ୍କାରରେ ଗାଜା ଯୁଦ୍ଧକୁ ବିଶେଷ ପ୍ରଦର୍ଶନ କରାଯାଇଥିଲା, ଯେଉଁଥିରେ ଇସ୍ରାଏଲ, ହମାସର ସଂଘର୍ଷକୁ କଭର କରିଥିବା ଖବରଦାତାଙ୍କୁ ବିଶେଷ ପ୍ରଶଂସା କାଯାଇଥିଲା।...

ମହାକାଶକୁ ଯାତ୍ରା କରିବେ ନାହିଁ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୭।୫: ଭାରତୀୟ ବଂଶୋଦଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସଙ୍କ ମହାକାଶ ଯାତ୍ରା ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖାଯାଇଥିଲା। ବୈଷୟିକ ତ୍ରୁଟି ଯୋଗୁଁ ଏହି ଯାତ୍ରାକୁ ସ୍ଥଗିତ...

ଇସ୍ରାଏଲ୍‌ ସେନା ଘାଟି ଉପରେ ହେଜବୁଲ୍ଲାର ଡ୍ରୋନ୍‌ ଆକ୍ରମଣ

ବିରୁଟ୍‌/ଜେରୁଜେଲମ୍‌,୭ା୫: ଇସ୍ରାଏଲ୍‌ର ଉତ୍ତର ଭାଗରେ ଥିବା ମେଟୁଲା ସହର ଅନ୍ତର୍ଗତ ଏକ ସେନା ଘାଟି ଉପରେ ହେଜବୁଲ୍ଲା ପକ୍ଷରୁ ଡ୍ରୋନ୍‌ ଆକ୍ରମଣ କରାଯାଇଛି। ଆକ୍ରମଣରେ କେହି ମୃତାହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri