ଆଜି ଆସୁଛନ୍ତି ଭାଜପା ପ୍ରଭାରୀ ବଂଶଲ

ଭୁବନେଶ୍ବର,୫ା୯(ବ୍ୟୁରୋ):ଓଡ଼ିଶାର ନବନିଯୁକ୍ତ ଭାଜପା ପ୍ରଭାରୀ ସୁନୀଲ ବଂଶଲ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ଲାଗି ସୋମବାର ରାଜ୍ୟ ଗସ୍ତରେ ଆସୁଛନ୍ତି। ଦିନ ଗୋଟାଏରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ଏଥିଲାଗି ସମସ୍ତ ଭାଜପା ନେତାଙ୍କୁ ନିମନ୍ତ୍ରଣ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଭାଜପା ନେତା ଓ କର୍ମୀମାନେ ବଂଶଲଙ୍କୁ ବିମାନବନ୍ଦରରେ ସ୍ବାଗତ କରିବା ପରେ ଦଳୀୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ନେବେ। ସେଠାରେ ୨୦୨୪ ସାଧାରଣ ନିର୍ବାଚନ ଲାଗି ପ୍ରଥମ ରଣନୀତି ବଂଶଲ ପ୍ରସ୍ତୁତ କରିବେ। ଆସନ୍ତା ସାଧାରଣ ନିର୍ବାଚନରେ ଦଳକୁ ବିଜୟୀ କରିବା ତାଙ୍କର ପ୍ରଥମ ଲକ୍ଷ୍ୟ ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। ଦଳର ପଦାଧିକାରୀ, ବରିଷ୍ଠ ନେତା ଏବଂ ରାଜ୍ୟ ସଭାପତିଙ୍କଠାରୁ ଆରମ୍ଭକରି ଅନ୍ୟମାନେ ବଂଶଲଙ୍କ ସହ ପରିଚିତ ହୋଇ ରାଜ୍ୟରେ ଦଳ ଉଧେଇ ନ ପାରିବାର ପ୍ରକୃତ ସମସ୍ୟା କ’ଣ ସେ ସମ୍ପର୍କରେ ନିଜ ମତ ପ୍ରଦାନ କରିବେ। ଏହା ପରଦିନ ବିଧାୟକ, ଏମ୍‌ପି ଓ ଦଳର ବିଭିନ୍ନ ପଦାଧିକାରୀଙ୍କ ସହ ପୃଥକ୍‌ ପୃଥକ୍‌ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହାଛଡା ସେ ଜିଲା ଦାୟିତ୍ୱରେ ଥିବା ଦଳର ସଭାପତି, ସମ୍ପାଦକ ଓ ବରିଷ୍ଠ ନେତାମାନଙ୍କୁ ଭେଟିବେ। ଏହି ଅବସରରେ ସେ ସେମାନଙ୍କୁ କେତେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରିବେ। ଏନେଇ ଦଳର ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ସୂଚନାଯୋଗ୍ୟ ଯେ, ବଂଶଲ ଗୁରୁତ୍ୱପୂର୍ଣ୍ଣ ରଣନୀତି ପାଇଁ ଭାଜପା ୨୦୧୪ ଉତ୍ତରପ୍ରଦେଶ ନିର୍ବାଚନରେ ବିଜୟୀ ହୋଇଥିବା କୁହାଯାଏ। ଏହାପରଠାରୁ ଭାଜପାର କେନ୍ଦ୍ର ରାଜନୀତିରେ ସକ୍ରିୟ ଭୂମିକା ନେଉଥିବା ଚର୍ଚ୍ଚା ହେଉଛି। ତାଙ୍କୁ ଭାଜପା ଓଡ଼ିଶା ସମେତ ପଶ୍ଚିମବଙ୍ଗ ଏବଂ ତେଲଙ୍ଗାନା ଭଳି ଅଣଭାଜପା ଶାସିତ ରାଜ୍ୟଗୁଡିକର ଦାୟିତ୍ୱ ଦେବା କଥାକୁ ନେଇ ବହୁ ଚର୍ଚ୍ଚା ଲାଗି ରହିଛି। ତେଣୁ ସେ ଦାୟିତ୍ୱ ଗ୍ରହଣ କରିବା ପରେ ଭାଜପା କେନ୍ଦ୍ରୀୟ ନେତାଙ୍କ ଓଡ଼ିଶା ପ୍ରତି ରହିଥିବା ଆଭିମୁଖ୍ୟ କଥା ସ୍ପଷ୍ଟ ହେବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri