ବିଜେଡିରେ ମିଶିଲେ ୩ ହଜାର କର୍ମୀ

ପୋଲସରା,୫ା୯(ଡି.ଏନ୍‌.ଏ.): ବିଜୁ ଜନତା ଦଳର ପୋଲସରା ନିର୍ବାଚନ ମଣ୍ଡଳୀସ୍ତରୀୟ ମହାମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ଭାଜପା ଓ କଂଗ୍ରେସ ଛାଡି ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି। କାର୍ଯ୍ୟକ୍ରମରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ କର୍ମୀମାନଙ୍କୁ ସ୍ବାଗତ କରିଥିଲେ। ମିଶ୍ରଣ ପର୍ବରେ ପୋଲସରା ଏନ୍‌ଏସିର ପୂର୍ବତନ ନଗରପାଳ ସୌଦାମିନୀ ସାହୁ, ଦୁର୍ଯ୍ୟୋଧନ ସାହୁ, ପୂର୍ବତନ ନଗର ଭାଜପା ସଭାପତି ନାରାୟଣ ସାହୁ, ନବନିର୍ବାଚିତ ଭାଜପା କାଉନ୍‌ସିଲର, ପୂର୍ବତନ କାଉନ୍‌ସିଲର ଓ ପରାଜିତ ଭାଜପା କାଉନ୍‌ସିଲର ପ୍ରାର୍ଥୀ, ଯୁବ ସଂଗଠକ ଭାସ୍କର ନାହାକ, ଜଗା ଡାଙ୍ଗୁଆ, ସୁନୀଲ କୁମାର ସାହୁଙ୍କ ସମେତ ହଜାର ହଜାର କର୍ମୀ ବିଜେଡିରେ ଯୋଗ ଦେଇଥିଲେ। ଏହାସହିତ ପୋଲସରା ବ୍ଲକ ଚିରିକିପଡ଼ା ଶାସନ ପଞ୍ଚାୟତ ସରପଞ୍ଚ ଭଗବାନ ସାହୁ, ସମିତିସଭ୍ୟ ରଞ୍ଜନ କୁମାର ସାହୁଙ୍କ ସମେତ ନବନିର୍ବାଚିତ ୧୬ ୱାର୍ଡସଭ୍ୟ, ମାଳ ତେନ୍ତୁଳିଆ ପଞ୍ଚାୟତ ସରପଞ୍ଚ ଅସ୍ପତ ରାଉତଙ୍କ ସମେତ ସମସ୍ତ ୱାର୍ଡସଭ୍ୟ, ମଧୁପଲ୍ଲୀ ପଞ୍ଚାୟତର ମନୋରଞ୍ଜନ ଜେନା, ଭାବରଡା ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ବିଷୋୟୀ, ବୁଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବିରଞ୍ଚତ୍ପୁର ପଞ୍ଚାୟତ ସମିତିସଭ୍ୟା ଅଳକା ନନ୍ଦ, ପ୍ରତିନିଧି ସୀମାଞ୍ଚଳ ନନ୍ଦ, ଅରଖପୁର ପଞ୍ଚାୟତର ସରପଞ୍ଚ ମିନତି ମଲ୍ଲିକ, ସମିତିସଭ୍ୟା ଶାନ୍ତିଲତା ସ୍ବାଇଁ ପ୍ରମୁଖ ସମର୍ଥକମାନଙ୍କୁ ନେଇ ଯୋଗଦେଇଥିଲେ। ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ଜିଲା ବିଜେଡି ସଭାପତି ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ବେହେରା, ରାଜ୍ୟ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ପ୍ରମୋଦ କୁମାର ପଣ୍ଡାଙ୍କ ସମେତ ବିଜେଡି ନେତୃବୃନ୍ଦ ପ୍ରମୁଖ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri