Posted inଜାତୀୟ

ଦରଘା ବୁଲିବା ପରେ ଜୟଶଙ୍କରଙ୍କୁ ଭେଟିଲେ ହାସିନା

ନୂଆଦିଲ୍ଲୀ, ୫ା୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ସୋମବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବୟନଶିଳ୍ପ, ରେଳପଥ ରାଷ୍ଟ୍ରମନ୍ତ୍ରୀ ଦର୍ଶନ ବିକ୍ରମ ଜର୍ଦ୍ଦୋଶ ତାଙ୍କୁ ସ୍ବାଗତ କରିଥିଲେ। ୪ ଦିନିଆ ଗସ୍ତର ପ୍ରଥମ ଦିନରେ ହାସିନା ପ୍ରସିଦ୍ଧ ସୁଫି ସନ୍ଥ ନିଜାମୁଦ୍ଦିନ୍‌ ଔଲିଆ ଦରଘାକୁ ଯାଇ ପ୍ରାର୍ଥନା କରିଥିଲେ। ପରେ ଭାରତ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟି ପ୍ରତିରକ୍ଷା ସହଯୋଗ, ଆଞ୍ଚଳିକ ଯୋଗାଯୋଗ ଅଭିଯାନ ବିସ୍ତାର, ଦକ୍ଷିଣ ଏସିଆରେ ସ୍ଥିରତା ଆଦି ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଗସ୍ତ ବେଳେ ହାସିନା ଭାରତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ୍‌ ଧନ୍‌କର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ୨୦୨୧ରେ ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଏବଂ ବାଂଲାଦେଶ ସ୍ବାଧୀନତାର ୫୦ ବର୍ଷ ପୂର୍ତ୍ତି ପାଳନ କରିଥିଲେ। ଏହି ଅବସରରେ ଦୁଇ ପଡ଼ୋଶୀ ରାଷ୍ଟ୍ର ମଧ୍ୟରେ ଲାଗି ରହିଥିବା ଜଳବଣ୍ଟନ ବିବାଦର ସମାଧାନ ପ୍ରସଙ୍ଗ ଆଲୋଚନାରେ ସ୍ଥାନିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri