ଓଡ଼ିଶା ପୁଞ୍ଜିନିବେଶକାରୀଙ୍କ ପାଇଁ ପସନ୍ଦ ସ୍ଥାନ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୬ା୯(ବ୍ୟୁରୋ):ପୁଞ୍ଜିନିବେଶ, ଶିଳ୍ପ ପାଇଁ ଓଡ଼ିଶା ହେଉଛି ଏକ ପସନ୍ଦ ସ୍ଥାନ। ଉତ୍ସାହର ସହ ଯୁବ ଗୋଷ୍ଠୀ ଉଦ୍ୟୋଗୀ ହେବାକୁ ଆଗେଇ ଆସିବାକୁ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ଆହ୍ବାନ ଦେଇଛନ୍ତି। ଷ୍ଟାର୍ଟଅପ୍‌ ଓଡ଼ିଶାର ଫଣ୍ଡଷ୍ଟାକ ୨.୦ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସେ କହିଛନ୍ତି, ଷ୍ଟାର୍ଟଅପ୍‌ ଏବଂ ପୁଞ୍ଜିନିବେଶକାରୀଙ୍କ ମଧ୍ୟରେ ଏକ ସମ୍ପର୍କ ସୃଷ୍ଟି କରିବାରେ ଏହା ସହାୟତା କରିବ। ରାଜ୍ୟରେ ଷ୍ଟାର୍ଟଅପ୍‌ ଇକୋସିଷ୍ଟମର ବିକାଶ ପାଇଁ ନିମନ୍ତ୍ରିତ ଇନଭେଷ୍ଟର୍ସ ପ୍ୟାନେଲଙ୍କ ମତାମତ ଲୋଡିଛନ୍ତି। ଏହି ଅବସରରେ ଏକ୍‌ଜିକ୍ୟୁଟିଭ ଚେୟାରମ୍ୟାନ ଓମ୍‌କାର ରାୟ କହିଛନ୍ତି ଯେ, ଫଣ୍ଡଷ୍ଟାକ କେବଳ ଯେ ଏକ ପ୍ଲାଟଫର୍ମ ନୁହେଁ, ଏହା ପୁଞ୍ଜିନିବେଶ ପ୍ରସ୍ତୁତି କରି ଷ୍ଟାର୍ଟଅପ୍‌ ସୃଷ୍ଟି କରିବା କ୍ଷେତ୍ରରେ ଘରୋଇ ପୁଞ୍ଜିିନିବେଶକାରୀଙ୍କୁ ସହାୟତା କରିଥାଏ। ଏମ୍‌ଏସ୍‌ଏମ୍‌ଇ ପ୍ରମୁଖ ସଚିବ ରଞ୍ଜନା ଚୋପ୍ରା କହିଛନ୍ତି ଯେ, ଫଣ୍ଡ ଷ୍ଟାକ୨.୦ ରାଜ୍ୟରେ ଷ୍ଟାର୍ଟଅପ୍‌ ଗୋଷ୍ଠୀଙ୍କୁ ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ ପାଇଁ ପ୍ରସ୍ତୁତି କରିବା ସହ ବିଶ୍ୱରୁ ପୁଞ୍ଜିନିବେଶକଙ୍କୁ ଆକୃଷ୍ଟ କରିବାରେ ବିଶେଷ ସହାୟକ ହୋଇପାରିବ। ଷ୍ଟାର୍ଟଅପ୍‌ ଓଡ଼ିଶା ସିଇଓ ମହମ୍ମଦ ସିଦ୍ଦିକ ଆଲମ ସ୍ବାଗତ ଭାଷଣ ଦେଇଥିଲେ। ପରେ ପୁଞ୍ଜିନିବେଶକାରୀ ଓ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ ଭାବବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri